କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ ଧକ୍କା ହୋଇଥିଲା । ବି.ଆଦିକନ୍ଦପୁର ଗ୍ରାମର ଚାଷୀ ବାଳକୃଷ୍ଣ ପ୍ରଧାନ(୫୬) ଗୁରୁତର ଆହାତ ହୋଇଥିଲେ । ତାଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ରବିବାର ସକାଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ବାଳକୃଷ୍ଣଙ୍କ ପୁଅ ଜିତେନ୍ଦ୍ର ରବିବାର ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ନଂ.୧୫୨/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ।

ଶୁକ୍ରବାର ସକାଳ ପ୍ରାୟ ୮ ଟାରେ ବାଳକୃଷ୍ଣ କ୍ଷୀର ବିକ୍ରି କରି ବାଇକରେ ଗାଁକୁ ଫେରୁଥିବା ବେଳେ ଏକ ବୁଲେଟ ତାଙ୍କୁ ଧକ୍କା ଦେଇଥିଲା। ସେ ରାସ୍ତା ଉପରେ କଚାଡି ହୋଇ ପଡ଼ିଯାଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି । ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ଅଧିକାରୀ ଏସ.ଆଇ ପ୍ରଭାତ କୁମାର ବାଲିକାନା ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ପହଞ୍ଚି ମୃତଦେହ ଜବତ କରିବା ସହ ସେଠାରେ ବ୍ୟବଚ୍ଛେଦ କରାଇବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ ପୁଣି ମୁକ୍ତିଲାଭ କରିବ ଅକ୍ଷୟ କୁମାରଙ୍କ ‘ମୋହରା’, ଟକ୍କର ଦେବକି ରଣବୀର କପୁରଙ୍କ ‘ରାମାୟଣ’କୁ…

ମୁମ୍ବାଇ,୨୭।୧୦: ଏହି ଦୀପାବଳିରେ ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ରାମାୟଣ’ର ପ୍ରଥମ ଭାଗ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ବିଶାଳ ବଜେଟ ବିଶିଷ୍ଟ ପ୍ରୋଜେକ୍ଟଟି…

ବୈଭବଙ୍କୁ ନେଇ ଗମ୍ଭୀରଙ୍କ ସ୍ପେଶାଲ୍ ପ୍ଲାନ୍! ସଞ୍ଜୁଙ୍କ ସହ ଓପନିଂ…..

ନୂଆଦିଲ୍ଲୀ,୨୭ା୧୦: ତୃତୀୟ ଟି-୨୦ ମ୍ୟାଚ୍‌ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ପୁଣି ଚର୍ଚ୍ଚା ଜୋର୍‌ ଧରିଛି । ଇଶାନ କିଶନ ଏବେ ମଧ୍ୟ ଫିଟ୍‌…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ବଡ଼ ବିବାଦ: କପିଲ ଦେବ-ସୁନୀଲ ଗାଭାସ୍କରଙ୍କ ମଧ୍ୟରେ ୨୫ ବର୍ଷ ଧରି ସମ୍ପର୍କ ଥିଲା ଏମିତି

ନୂଆଦିଲ୍ଲୀ,୨୭।୧୦: ଯୁକ୍ତରାଷ୍ଟ୍ର ଆମେରିକା (USA) ଏବଂ ସୋଭିଏତ ୟୁନିଅନ (USSR) ମଧ୍ୟରେ ହୋଇଥିବା ‘ଶୀତଳ ଯୁଦ୍ଧ’ (Cold War) ବିଷୟରେ ସମସ୍ତେ ଅବଗତ ଅଛନ୍ତି। ଯଦିଓ ଏହି…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?