ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା (୬୦) ଗତ ମଙ୍ଗଳବାର ପିତାମାଲ ଜଙ୍ଗଲରେ ଏକ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁସାରେ ପିତାମାଲ ଜଙ୍ଗଲରେ ହାତୀ ରହୁଥିବା ଯୋଗୁ ଅପରାହ୍ନ କିମ୍ବା ସନ୍ଧ୍ୟାରେ ଜଙ୍ଗଲକୁ ନ ଯିବା ପାଇଁ ପିତାମାଲ ଗ୍ରାମବାସୀ ଗ୍ରାମର ସମସ୍ତ ଲୋକଙ୍କୁ ବାରମ୍ବାର ମନା କରୁଥିଲେ । କିନ୍ତୁ ମୃତ ହୀରା ବୁଡା ଗତ ଅପରାହ୍ନରେ ଏକ ଟାଙ୍ଗିଆ ଧରି ପିତାମାଲ ଜଙ୍ଗଲକୁ ଯାଇଥିଲେ। ହୀରା ମଙ୍ଗଳବାର ରାତିରେ ଘର କୁ ନ ଫେରିବାରୁ ପରିବାର ଲୋକେ ସନ୍ଦେହ କରି ପିତାମାଲ ଜଙ୍ଗଲକୁ ଖୋଜିବାକୁ ଗଲା ବେଳେ ଏକ ଦନ୍ତା ହାତୀ ହୀରାକୁ ଦଳି ଦେଇ ମାରିଦେଇଥିବା ଜଣାପଡିଛି। ବାଗଡ଼ିହି ରେଞ୍ଜର ବନ୍ଦନା ପସାୟତଙ୍କୁ ପଚାରିବାରୁ ଏହା ସତ୍ୟ ଅଟେ। ହାତୀ ପାଇଁ ଜଙ୍ଗଲକୁ ନ ଯିବା ପାଇଁ ହୀରାକୁ ବାରମ୍ବାର ମନା କରାଯାଇଥିଲେ ମଧ୍ୟ ସେ ମାନି ନ ଥିଲେ ବୋଲି କହିଛନ୍ତି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ୩୭ ରାଜ୍ୟ ସଭା ଆସନ ପାଇଁ ଭୋଟ

ନୂଆଦିଲ୍ଲୀ,୧୬ା୩: ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ସୋମବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri