ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ମହାନ୍ତି ଘନ ଓରଫ ଲକ୍ଷ୍ମଣ(୬୫) ଗତ ୧ ତାରିଖରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ସଙ୍କଟାପନ୍ନ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଡାକ୍ତରଙ୍କ ପରାମର୍ଶ କ୍ରମେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଦିଗପହଣ୍ଡି ଥାନାରେ ପହଞ୍ଚି ହେବା ପରେ ଆଇଆଇସି କିଶୋର କୁମାର ସାମଲ ଏତଲାକୁ ଭିତ୍ତିକରି କେସ୍‌ ନଂ.୩୮୬/୨୬ ଅନୁଯାୟୀ ମାମଲା ରୁଜୁ କରିଥିଲେ। ଶନିବାର ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ସେଠାରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ମଧ୍ୟାହ୍ନରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଶପଲ୍ଲାରେ ଚାଞ୍ଚଲ୍ୟ: ୩ ଦିନ ଧରି ନିଖୋଜ ବିରଞ୍ଚିଙ୍କ ମୃତଦେହ ମାଟି ତଳୁ ଉଦ୍ଧାର, ଘଟଣାସ୍ଥଳରେ…

ନୟାଗଡ଼,୧।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ଟାକରା ପଞ୍ଚାୟତ ଅସନିବେରେଣା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ୩ ଦିନ ଧରି ନିଖୋଜ…

ବନ୍ୟା କ୍ଷତ ଶୁଖିନି, ପୁଣି ବାତ୍ୟା ଆଶଙ୍କା, ଅଞ୍ଚଳବାସୀଙ୍କୁ ସତର୍କ କରି ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପାଣି ଘରୁ ନ ଶୁଖୁଣୁ ପୁଣି ୨, ୩ ଓ ୪…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଣପୁର ପୁଅଙ୍କ କମାଲ, ଜିତିଲେ ୩ଟି ସ୍ୱର୍ଣ୍ଣ, ରାୟଗଡ଼ାରେ ହେବ…

ଗୁଣପୁର,୧।୧୧(ସୁଜାତା ପାଢ଼ୀ): ହରିୟାଣାର ଫରିଦାବାଦଠାରେ ରବିବାର ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଣପୁର ‘ମହାବୀର ଏ-୧ ଜିମ୍’ର ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ…

ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଭାଜପା ରାଜ୍ୟ ସଭାପତି

ଛତ୍ରପୁର/ଗଞ୍ଜାମ,୧ା୧୧(ଦିଲ୍ଲୀପ ସାମଲ/ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଥିବାବେଳେ ରବିବାର ଛତ୍ରପୁର ନିର୍ବାଚନମଣ୍ଡଳୀ…

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବୋଲେରୋରେ ପିଛା କରି ବାଇକ୍ ଅଟକାଇଲେ, ମାଡ଼ ମାରି ମଉସାଙ୍କ ମୁଣ୍ଡ ଫଟାଇଥିଲେ; ପୁତୁରା ଗିରଫ, ଜେଲ୍‌କୁ ଗଲେ…

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ପାରିବାରିକ କଳହକୁ ନେଇ ମଉସାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ପୁତୁରାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି…

‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?