ଏସ୍‌ପିଙ୍କ ବାସଭବନ ଆଗରେ ବୃଦ୍ଧଙ୍କୁ ହତ୍ୟା

ନୂଆପଡ଼ା,୨ା୩(ମକାରୁ ବେମାଲ): ନୂଆପଡ଼ା ସଦର ମହକୁମାସ୍ଥିତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ବାସଭବନ ସମ୍ମୁଖରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ବିଜ୍ଞାପିତ ଅଞ୍ଚଳ ୧୨ ନମ୍ବର ୱାର୍ଡ ସିରତୋଲର ସୁକଲାଲ ସାହୁ (୮୦)। ହତ୍ୟାପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୋଲିସ ମୃତଦେହ ଜବତ କରି ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଦଳ ସହ ତଦନ୍ତ ଆରମ୍ଭ କରିଛି। ହତ୍ୟାର କାରଣ ଜଣାପଡ଼ି ନ ଥିବା ବେଳେ ଗୁଣି ଗାରେଡ଼ି ନେଇ ଏଭଳି ଘଟିଥିବା ସନ୍ଦେହ କରାଯାଉଛି।
ପ୍ରକାଶ ଯେ,  ସୁକଲାଲ ପ୍ରତିଦିନ ପରି ରବିବାର ଭୋରରେ ବିଛଣାରୁ ଉଠି ନିଜ ଜମି ପଟେ ଯାଉଥିଲେ। ଏହି ସମୟରେ ୨ ଜଣ ଦୁର୍ବୃତ୍ତ ଆସି ୩୫୩ ନମ୍ବର ଜାତୀୟ ରାଜପଥ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ବାସ ଭବନ ଆଗରେ ସୁକଲାଲଙ୍କୁ  ଅତର୍କିତ ଭାବରେ ଆକ୍ରମଣ କରିଥିଲେ।
ଏସ୍‌ପିଙ୍କ ବାସଭବନରେ କାର୍ଯ୍ୟରତ ଥିବା ପୋଲିସ କର୍ମଚାରୀମାନେ ଦୌଡ଼ି ଆସିବାରୁ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ବୃଦ୍ଧଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର  କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣାକୁ ୧୨ ଘଣ୍ଟା ବିତି ଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ଟେର ପାଉ ନ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ବୃଦ୍ଧଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଘଟଣାର ପ୍ରକୃତ କାରଣ ଜଣା ପଡ଼ିବ ବୋଲି ପୋଲିସ ସୂଚନା ଦେଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri