ବାଇକ ଧକ୍କାରେ ବୃଦ୍ଧ ଗୁରୁତର: ଉତ୍ତେଜିତ ଗ୍ରାମବାସୀଙ୍କ ରାସ୍ତାରୋକୋ

ଦିଗପହଣ୍ଡି,୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗୁରୁବାର ରାତି ପ୍ରାୟ ସାଢ଼େ ୮ଟାରେ ଏକ ବାଇକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଅନଙ୍ଗପୁର ଗ୍ରାମର ସୀମା ସେଠୀ (୬୫)। ସେ ରାସ୍ତା ପାର ହେଉଥିବା ସମୟରେ ଗୋକର୍ଣ୍ଣପୁର ଗ୍ରାମରୁ ଦିଗପହଣ୍ଡି ଅଭିମୁଖେ ଦ୍ରୁତ ଗତିରେ ଆସୁଥିବା ଏକ ହୋଣ୍ଡା ୟୁନିକର୍ଣ୍ଣ ( ଓଡି୦୭ ଏଆର ୨୫୮୧) ତାଙ୍କୁ ଧକ୍କା ଦେଇଥିଲା। ଫଳରେ ତାଙ୍କ ଦୁଇଟି ଗୋଡ ଏବଂ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ସେ ସଜ୍ଞାହୀନ ଅବସ୍ଥାରେ ପଡିଯାଇଥିଲେ।

ଘଟଣାପରେ ସ୍ଥାନୀୟ ବହୁ ସଂଖ୍ୟକ ଗ୍ରାମବାସୀ ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାକୁ ଅବରୋଧ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମୋଟର ଅଟକି ରହିଥିଲା। ଦିଗପହଣ୍ଡି ଥାନା ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ପ୍ରାୟ ୧ ଘଣ୍ଟା ପରେ ପ୍ରତ୍ୟାହୃତ ହୋଇଥିଲା। ଦିଗପହଣ୍ଡି ଅଗ୍ନିଶମ ବାହିନୀ ବୃଦ୍ଧଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ମଧ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri