ଗାଧୋଇବାବେଳେ ବନ୍ୟା ପାଣିରେ ଭାସିଯାଇଥିଲେ ବୃଦ୍ଧ: ଦିନକ ପରେ ମୃତଦେହ ଉଦ୍ଧାର

ଅମରପାଲି,୯।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ଗାଧୋଇବାକୁ ଯାଇଥିବା ବେଳେ ବନ୍ୟାପାଣି ରେ ଭାସି ଯାଇଥିବା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ଖଣ୍ଡହତା ଗ୍ରାମର ମୁରଲୀ ସାହୁ(୭୨) । ମୁରଲୀ ଗ୍ରାମର ବାଇଗଣୀ ଯୋରକୁ ଗାଧୋଇବାକୁ ଯାଇଥିଲେ। ପ୍ରବଳ ବର୍ଷା ଯୋଗୁଁ ଉକ୍ତ ଯୋରରେ ବନ୍ୟାପାଣି ପ୍ରବାହିତ ହେଉଥିଲା। ବୃଦ୍ଧ ଜଣକ ଗାଧୋଇଗଲା ବେଳେ ତାଙ୍କ ଗୋଡ ଖସି ଯିବାରୁ ସେ ଭାସି ଯାଇଥିଲେ। ଏନେଇ ପ୍ରଥମେ ସ୍ଥାନୀୟ ଲୋକେ ଓ ପରିବାର ଲୋକେ ଖୋଜାଖୋଜି ଯାଇଥିଲେ। ମାତ୍ର ବୃଦ୍ଧଙ୍କ ସନ୍ଧାନ ନ ପାଇବାରୁ ଦମକଳବାହିନୀକୁ ଖବର ଦିଆଯାଇଥିଲା। ବୀରମହାରାଜପୁର ଦମକଳବାହିନୀ ଘଟଣାସ୍ଥଳକୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ଖୋଜା ଖୋଜି କରିଥିଲେ ମଧ୍ୟ ବୃଦ୍ଧଙ୍କ କୌଣସି ସନ୍ଧାନ ମିଳି ପାରି ନ ଥିଲା। ସ୍ଥାନୀୟ ଲୋକେ ଓ ଅଗ୍ନିଶମବାହିନୀ ପୁଣି ଖୋଜାଖୋଜି କରିଥିବା ବେଳେ ମୃତଦେହ ବାଇଗଣୀ ଯୋରର ଏକ ପାର୍ଶ୍ୱରୁ ଉଦ୍ଧାର କରାଯାଇଥିଲା। ସୁବଳୟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ସୁବଳୟା ଥାନାରେ ଏକ ଅପମୃତ୍ୟୁ ମାମଲା( କେସ ନଂ ୬/୨୫) ରୁଜୁ ହୋଇ ଅଧିକ ତଦନ୍ତ ହେଉଥିବା ଥାନା ଅଧିକାରୀ ସୁଶାନ୍ତ ପ୍ରଧାନ ପ୍ରକାଶ କରିଛନ୍ତି।

Dharitri – The Most Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri