ଗାଧୋଇବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ: ଖୋଜାଖୋଜି ପରେ ବି ମିଳୁନି ସନ୍ଧାନ

ଅମରପାଲି,୮।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁରଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ଗାଧୋଇବାକୁ ଯାଇଥିବା ଜଣେ ବୃଦ୍ଧ ବନ୍ୟାପାଣି ରେ ଭାସି ଯାଇ ନିଖୋଜ ଅଛନ୍ତି। ବୃଦ୍ଧ ଜଣକ ହେଲେ ଖଣ୍ଡହତା ଗ୍ରାମର ମୁରଲୀ ସାହୁ(୭୨) ବୋଲି ଜଣାପଡିଛି। ସୂଚନା ଅନୁସାରେ ମୁରଲୀ ମଙ୍ଗଳବାର ପୂର୍ବାହ୍ନରେ ଗ୍ରାମର ବାଇଗଣୀ ଯୋରକୁ ଗାଧୋଇବାକୁ ଯାଇଥିଲେ। ମଙ୍ଗଳବାର ସକାଳୁ ପ୍ରବଳ ବର୍ଷା ଯୋଗୁ ଉକ୍ତ ଯୋରରେ ବନ୍ୟାପାଣି ପ୍ରବାହିତ ହେଉଥିଲା। ବୃଦ୍ଧ ଜଣକ ଗାଧୋଇଗଲା ବେଳେ ତାଙ୍କ ଗୋଡ ଖସି ଯିବାରୁ ସେ ଭାସି ଯାଇଥିଲେ। ଏନେଇ ପ୍ରଥମେ ସ୍ଥାନୀୟ ଲୋକେ ଓ ପରିବାର ଲୋକେ ଖୋଜା ଖୋଜି ଯାଇଥିଲେ। ମାତ୍ର ବୃଦ୍ଧଙ୍କ ସନ୍ଧାନ ନ ପାଇବାରୁ ଦମକଳ ବାହିନୀକୁ ଖବର ଦିଆଯାଇଥିଲା। ବୀରମହାରାଜପୁର ଦମକଳ ବାହିନୀ ଘଟଣାସ୍ଥଳକୁ ଖୋଜା ଖୋଜି କରିଥିଲେ ମଧ୍ୟ ବୃଦ୍ଧଙ୍କ କୌଣସି ସନ୍ଧାନ ମିଳିପାରିନାହିଁ। ଆଜି ପୁଣିଥରେ ଖୋଜା ଖୋଜି ହେବ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri