ଘରେ ପଶି ଚୋରି କରିବା ବେଳେ ପ୍ରତିବାଦ କରିବାରୁ ଆକ୍ରମଣ, ଜେଲ ଗଲେ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ବି.ପାର୍ବତୀ ପାତ୍ରଙ୍କୁ ଘରେ ପଶି ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗରେ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଗୋଳନଥରା ଥାନା ମଦନମୋହନପୁର ଗ୍ରାମର କାଳୁ ପାତ୍ରଙ୍କୁ ମଙ୍ଗଳବାର ଥାନା ଏସ୍‌ଆଇ ସୋଫିଆ ମିଶ୍ର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୧୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ସୋମବାର ସା ପ୍ରାୟ ସାଢେ ୬ଟାରେ କାଳୁ, ହରି ପାତ୍ର, କାଳିଆ ପାତ୍ର ପାର୍ବତୀଙ୍କ ଘର ପାଖରେ ଅନ୍ୟ ଏକ ଘରେ ରହୁଥିବା ବଡ଼ପୁଅ ଶିବ ପାତ୍ରଙ୍କ ଘରର ଗ୍ରିଲ ଓ ତାଲା ଭାଙ୍ଗି ଘର ଭିତରେ ପଶି ଘର ଆଲମିରାରୁ ୧୦ ହଜାର ଟଙ୍କା ଏବଂ ୧୪ ଗ୍ରାମ ଓଜନର ସୁନା ହାର ନେଇଯାଇଥିଲେ। ଶବ୍ଦ ଶୁଣି ପାର୍ବତୀ ସେଠାକୁ ଯାଇ ପ୍ରତିବାଦ କରିବାରୁ ସେମାନେ ସଂଘବଦ୍ଧ ଭାବେ ତାଙ୍କୁ ମାଡ ମାରିଥିଲେ। ପାଟି ଶୁଣି ପାର୍ବତୀଙ୍କ ସ୍ବାମୀ ବି. କୁଷ୍ଟୁ ପାତ୍ର ଦୌଡ଼ି ଆସିବାରୁ କାଳୁ ଠେଙ୍ଗାରେ ତାଙ୍କ ମୁଣ୍ଡକୁ ମାଡ଼ ମାରିଥିଲେ। ବଡବୋହୂ ବି. ଶିଳ୍ପା ପାତ୍ର ସେଠାକୁ ଆସି ଶାଶୁ ପାର୍ବତୀଙ୍କୁ ଉଦ୍ଧାର କରିବା ବେଳେ କାଳୁ ତାଙ୍କ ଚୁଟି ଓ ପିନ୍ଧା ଲୁଗାକୁ ଧରି ଅସଦାଚରଣ କରିଥିଲେ। ଆକ୍ରମଣରେ ଆହତ ପାର୍ବତୀ ଏବଂ ତାଙ୍କ ସ୍ବାମୀ କୁଷ୍ଟୁଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ହୋଇ ଫେରିବା ପରେ ପାର୍ବତୀ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଏସ୍‌ଆଇଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri