ଘରେ ପଶି ଚୋରି କରିବା ବେଳେ ପ୍ରତିବାଦ କରିବାରୁ ଆକ୍ରମଣ, ଜେଲ ଗଲେ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ବି.ପାର୍ବତୀ ପାତ୍ରଙ୍କୁ ଘରେ ପଶି ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗରେ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଗୋଳନଥରା ଥାନା ମଦନମୋହନପୁର ଗ୍ରାମର କାଳୁ ପାତ୍ରଙ୍କୁ ମଙ୍ଗଳବାର ଥାନା ଏସ୍‌ଆଇ ସୋଫିଆ ମିଶ୍ର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୧୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ସୋମବାର ସା ପ୍ରାୟ ସାଢେ ୬ଟାରେ କାଳୁ, ହରି ପାତ୍ର, କାଳିଆ ପାତ୍ର ପାର୍ବତୀଙ୍କ ଘର ପାଖରେ ଅନ୍ୟ ଏକ ଘରେ ରହୁଥିବା ବଡ଼ପୁଅ ଶିବ ପାତ୍ରଙ୍କ ଘରର ଗ୍ରିଲ ଓ ତାଲା ଭାଙ୍ଗି ଘର ଭିତରେ ପଶି ଘର ଆଲମିରାରୁ ୧୦ ହଜାର ଟଙ୍କା ଏବଂ ୧୪ ଗ୍ରାମ ଓଜନର ସୁନା ହାର ନେଇଯାଇଥିଲେ। ଶବ୍ଦ ଶୁଣି ପାର୍ବତୀ ସେଠାକୁ ଯାଇ ପ୍ରତିବାଦ କରିବାରୁ ସେମାନେ ସଂଘବଦ୍ଧ ଭାବେ ତାଙ୍କୁ ମାଡ ମାରିଥିଲେ। ପାଟି ଶୁଣି ପାର୍ବତୀଙ୍କ ସ୍ବାମୀ ବି. କୁଷ୍ଟୁ ପାତ୍ର ଦୌଡ଼ି ଆସିବାରୁ କାଳୁ ଠେଙ୍ଗାରେ ତାଙ୍କ ମୁଣ୍ଡକୁ ମାଡ଼ ମାରିଥିଲେ। ବଡବୋହୂ ବି. ଶିଳ୍ପା ପାତ୍ର ସେଠାକୁ ଆସି ଶାଶୁ ପାର୍ବତୀଙ୍କୁ ଉଦ୍ଧାର କରିବା ବେଳେ କାଳୁ ତାଙ୍କ ଚୁଟି ଓ ପିନ୍ଧା ଲୁଗାକୁ ଧରି ଅସଦାଚରଣ କରିଥିଲେ। ଆକ୍ରମଣରେ ଆହତ ପାର୍ବତୀ ଏବଂ ତାଙ୍କ ସ୍ବାମୀ କୁଷ୍ଟୁଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ହୋଇ ଫେରିବା ପରେ ପାର୍ବତୀ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଏସ୍‌ଆଇଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri