ବାତ୍ୟା ଆଶ୍ରୟସ୍ଥଳୀରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଜନଗର,୨୫ା୧୦(କୁଣ୍ଡିବାସ ପ୍ରଧାନ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡ଼ାଙ୍ଗମାଳ ପଞ୍ଚାୟତ ବାଣ୍ଠୁଆଳ ଗ୍ରାମର ୮୦ ବର୍ଷୀୟ ମହିଳା ହେମଲତା ନାୟକଙ୍କର ଜୟଦୁର୍ଗା କଲ୍ୟାଣ ମଣ୍ଡପରେ ୨୨ତାରିଖ ରାତିରେ ଆଶ୍ରୟ ନେଇଥିଲେ। ଗୁରୁବାର ରାତିରେ ସେ ହୃଦଘାତ ପ୍ରାଣ ହରାଇଥିବା କୁହାଯାଉଛି।

ହେମଲତାଙ୍କ ଘର ପଟ୍ଟାମୁଣ୍ଡାଇ ମୁନିସିପାଲିଟି ଅନ୍ତର୍ଗତ ବେଲତଳ ଗ୍ରାମରେ ଦୀର୍ଘ ଦିନରୁ ସେ ନିଜ ପୁଅ ପାଖରେ ରହିଆସୁଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ଅନୁଧ୍ୟାନ କରୁଛି।

ସାମୁଦି୍ରକ ଝଡ଼ ‘ଦାନା’ ସ୍ଥଳଭାଗ ଅତିକ୍ରମ କରିଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ସାମୁଦି୍ରକ ଝଡ଼ ‘ଦାନା’ ସନ୍ନିକଟ ଭିତରକନିକାସ୍ଥିତ ହବାଳିଖଟି ପ୍ରାକୃତିକ ଶିବିର ଏବଂ ଧାମରା ମଧ୍ୟରେ ଉତ୍ତର ଓଡ଼ିଶା ଉପକୂଳକୁ ରାତି ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ଅତିକ୍ରମ କରିବା ସହ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ବର୍ତ୍ତମାନ ‘ଦାନା’ର ପଶ୍ଚାତଭାଗ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିଛି ।

ସ୍ଥଳଭାଗକୁ ଅତିକ୍ରମ କଲାପରେ ସାମୁଦି୍ରକ ଝଡ଼ଟି ଉତ୍ତର ଓଡ଼ିଶା ମଧ୍ୟ ଦେଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ସମୟରେ ଧୀରେ ଧୀରେ ଦୁର୍ବଳ ହୋଇ ଶୁକ୍ରବାର ପୂର୍ବାହ୍ନରେ ଭୀଷଣ ବାତ୍ୟାଟି ବାତ୍ୟାରେ ପରିବର୍ତ୍ତିତ ହେଉଛି । ଅପରାହ୍ନ ସୁଦ୍ଧା ବାତ୍ୟା ‘ଦାନା’ ଗଭୀର ଅବପାତ ଓ ପରେ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିଦେ୍ର୍ଦଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସାମୁଦି୍ରକ ଝଡ଼ ‘ଦାନା’ର ସ୍ଥଳଭାଗ ପ୍ରବେଶ ସମୟରେ ଭିତରକନିକା ଓ ଧାମରା ନିକଟବର୍ତ୍ତୀ ସମୁଦ୍ରରେ ୧ ମିଟରରୁ ଅଧିକ ଜୁଆର ଆସିଥିଲା । ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ରହିଥିଲା । ସ୍ଥଳ ବିଶେଷରେ ଏହାର ତୀବ୍ରତା ଘଣ୍ଟା ପ୍ରତି ୧୨୦
କିଲୋମିଟରକୁ ବୃଦ୍ଧି ପାଇଥିଲା ।

ସାମୁଦି୍ରକ ଝଡ଼ ‘ଦାନା’ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ବେଳେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲା ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, ପୁରୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ୧୩୧ ଦଶମିକ ୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରଠାରେ ୪୨ ଦଶମିକ ୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । କେତେକ ସ୍ଥାନରେ ଗଛ ଉପୁଡ଼ି ପଡ଼ି ରାସ୍ତା ଅବରୋଧ ହୋଇଥିବା ଜଣାପଡ଼ିଛି । ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଗଛକାଟି ରାସ୍ତା ସଫା କରିବା କାର୍ଯ୍ୟ ଆରମ୍ଭ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri