ବାତ୍ୟା ଆଶ୍ରୟସ୍ଥଳୀରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଜନଗର,୨୫ା୧୦(କୁଣ୍ଡିବାସ ପ୍ରଧାନ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡ଼ାଙ୍ଗମାଳ ପଞ୍ଚାୟତ ବାଣ୍ଠୁଆଳ ଗ୍ରାମର ୮୦ ବର୍ଷୀୟ ମହିଳା ହେମଲତା ନାୟକଙ୍କର ଜୟଦୁର୍ଗା କଲ୍ୟାଣ ମଣ୍ଡପରେ ୨୨ତାରିଖ ରାତିରେ ଆଶ୍ରୟ ନେଇଥିଲେ। ଗୁରୁବାର ରାତିରେ ସେ ହୃଦଘାତ ପ୍ରାଣ ହରାଇଥିବା କୁହାଯାଉଛି।

ହେମଲତାଙ୍କ ଘର ପଟ୍ଟାମୁଣ୍ଡାଇ ମୁନିସିପାଲିଟି ଅନ୍ତର୍ଗତ ବେଲତଳ ଗ୍ରାମରେ ଦୀର୍ଘ ଦିନରୁ ସେ ନିଜ ପୁଅ ପାଖରେ ରହିଆସୁଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ଅନୁଧ୍ୟାନ କରୁଛି।

ସାମୁଦି୍ରକ ଝଡ଼ ‘ଦାନା’ ସ୍ଥଳଭାଗ ଅତିକ୍ରମ କରିଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ସାମୁଦି୍ରକ ଝଡ଼ ‘ଦାନା’ ସନ୍ନିକଟ ଭିତରକନିକାସ୍ଥିତ ହବାଳିଖଟି ପ୍ରାକୃତିକ ଶିବିର ଏବଂ ଧାମରା ମଧ୍ୟରେ ଉତ୍ତର ଓଡ଼ିଶା ଉପକୂଳକୁ ରାତି ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ଅତିକ୍ରମ କରିବା ସହ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ବର୍ତ୍ତମାନ ‘ଦାନା’ର ପଶ୍ଚାତଭାଗ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିଛି ।

ସ୍ଥଳଭାଗକୁ ଅତିକ୍ରମ କଲାପରେ ସାମୁଦି୍ରକ ଝଡ଼ଟି ଉତ୍ତର ଓଡ଼ିଶା ମଧ୍ୟ ଦେଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ସମୟରେ ଧୀରେ ଧୀରେ ଦୁର୍ବଳ ହୋଇ ଶୁକ୍ରବାର ପୂର୍ବାହ୍ନରେ ଭୀଷଣ ବାତ୍ୟାଟି ବାତ୍ୟାରେ ପରିବର୍ତ୍ତିତ ହେଉଛି । ଅପରାହ୍ନ ସୁଦ୍ଧା ବାତ୍ୟା ‘ଦାନା’ ଗଭୀର ଅବପାତ ଓ ପରେ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିଦେ୍ର୍ଦଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସାମୁଦି୍ରକ ଝଡ଼ ‘ଦାନା’ର ସ୍ଥଳଭାଗ ପ୍ରବେଶ ସମୟରେ ଭିତରକନିକା ଓ ଧାମରା ନିକଟବର୍ତ୍ତୀ ସମୁଦ୍ରରେ ୧ ମିଟରରୁ ଅଧିକ ଜୁଆର ଆସିଥିଲା । ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ରହିଥିଲା । ସ୍ଥଳ ବିଶେଷରେ ଏହାର ତୀବ୍ରତା ଘଣ୍ଟା ପ୍ରତି ୧୨୦
କିଲୋମିଟରକୁ ବୃଦ୍ଧି ପାଇଥିଲା ।

ସାମୁଦି୍ରକ ଝଡ଼ ‘ଦାନା’ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ବେଳେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲା ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, ପୁରୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ୧୩୧ ଦଶମିକ ୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରଠାରେ ୪୨ ଦଶମିକ ୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । କେତେକ ସ୍ଥାନରେ ଗଛ ଉପୁଡ଼ି ପଡ଼ି ରାସ୍ତା ଅବରୋଧ ହୋଇଥିବା ଜଣାପଡ଼ିଛି । ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଗଛକାଟି ରାସ୍ତା ସଫା କରିବା କାର୍ଯ୍ୟ ଆରମ୍ଭ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri