ପଡୋଶୀ ବୃଦ୍ଧଙ୍କ ଟାଙ୍ଗିଆ ଚୋଟରେ ବୃଦ୍ଧା ମୃତ, ଅଭିଯୁକ୍ତ ଗିରଫ

କୋକସରା,୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଜଣେ ବୃଦ୍ଧାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। କୋକସରା ଥାନା ଅନ୍ତର୍ଗତ ମାଝୀଗୁଡା ଗ୍ରାମର ଜଣେ ବିଧବା ମହିଳା କାଳିନ୍ଦ୍ରୀ ତାଣ୍ଡି (୫୫) ବୁଧବାର ପାହାନ୍ତାରୁ ସବୁଦିନ ଭଳି ଗାଧେଇ ଘରକୁ ଫେରିବା ବେଳେ ପୂର୍ବରୁ ଘର ନିକଟରେ ଛକି ରହିଥିବା ପଡୋଶୀ ଶ୍ରୀକର ପୁଞ୍ଜି (୬୦) ଏକ ଟାଙ୍ଗିଆରେ ବୃଦ୍ଧାଙ୍କ ମୁଣ୍ଡରେ ଶକ୍ତ ପ୍ରହାର କରିବାରୁ ଘଟଣାସ୍ଥଳରେ ବୃଦ୍ଧା ଟଳି ପଡ଼ିଥିଲେ।

ଟାଙ୍ଗିଆରେ ହାଣିବା ପରେ ଅଭିଯୁକ୍ତ ଫେରାର ହୋଇ ଯାଇଥିଲା । ସଂପର୍କୀୟ ଲୋକେ ବୃଦ୍ଧାଙ୍କୁ କୋକସରା ଡାକ୍ତରଖାନା ଆଣିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ପରିବାର ପକ୍ଷରୁ ମୃତା ବୃଦ୍ଧାଙ୍କ ପୁତୁରା ଜଳନ୍ଧର ତାଣ୍ଡି କୋକସରା ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ପରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରିବା ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ପାରିପାର୍ଶ୍ବିକ ଅବସ୍ଥା ଅନୁଧ୍ୟାନ କରିବା ପରେ ଭବାନୀପାଟଣାରୁ ସାଇଣ୍ଟିଫିକ ଟିମ ସାହାଯ୍ୟରେ ତଦନ୍ତ କରିଥିଲେ । ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଥିଲା।

ସୂଚନା ମୁତାବକ ମୃତ ବୃଦ୍ଧା କାଳିନ୍ଦ୍ରୀ ତାଣ୍ଡିଙ୍କ ସ୍ୱାମୀ ଓ ପୁଅଙ୍କ ଦୀର୍ଘ ବର୍ଷ ହେବ ମୃତ୍ୟୁ ହୋଇଛି । ତାଙ୍କର ଝିଅ କାଉଡୋଳା ଗ୍ରାମରେ ବିବାହ ଦେବାପରେ ସେ ଗତ କିଛିବର୍ଷ ହେବ ଘରେ ଏକୁଟିଆ ରହୁଥିଲେ। ଅଭିଯୁକ୍ତ ଶ୍ରୀକର ପୁଞ୍ଜି ଓ ମୃତ ବୃଦ୍ଧାଙ୍କ ଘର ସାମ୍ନାସାମ୍ନି ରହିଥିବା ବେଳେ ପୂର୍ବରୁ ବୃଦ୍ଧା ଓ ଅଭିଯୁକ୍ତଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ଗଣ୍ଡଗୋଳ ହୋଇଥିବା କାରଣକୁ ନେଇ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ବୋଲି ପୋଲିସ ସୂତ୍ରରୁ ପ୍ରକାଶ। ଘଟଣା ପରେ ଅଭିଯୁକ୍ତ ଶ୍ରୀକର ପୁଞ୍ଜିକୁ କୋକସରା ପୋଲିସ ଗିରଫ କରିଛି ଓ ଏ ସଂକ୍ରାନ୍ତରେ କୋକସରା ଥାନା କେଶ ନମ୍ବର ୧୬୦/୨୪ ରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଜାରି ରହିଥିବା ନେଇ କୋକସରା ଥାନା ଅଧିକାରୀ ରୋନିତା ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri