ପଡୋଶୀ ବୃଦ୍ଧଙ୍କ ଟାଙ୍ଗିଆ ଚୋଟରେ ବୃଦ୍ଧା ମୃତ, ଅଭିଯୁକ୍ତ ଗିରଫ

କୋକସରା,୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଜଣେ ବୃଦ୍ଧାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। କୋକସରା ଥାନା ଅନ୍ତର୍ଗତ ମାଝୀଗୁଡା ଗ୍ରାମର ଜଣେ ବିଧବା ମହିଳା କାଳିନ୍ଦ୍ରୀ ତାଣ୍ଡି (୫୫) ବୁଧବାର ପାହାନ୍ତାରୁ ସବୁଦିନ ଭଳି ଗାଧେଇ ଘରକୁ ଫେରିବା ବେଳେ ପୂର୍ବରୁ ଘର ନିକଟରେ ଛକି ରହିଥିବା ପଡୋଶୀ ଶ୍ରୀକର ପୁଞ୍ଜି (୬୦) ଏକ ଟାଙ୍ଗିଆରେ ବୃଦ୍ଧାଙ୍କ ମୁଣ୍ଡରେ ଶକ୍ତ ପ୍ରହାର କରିବାରୁ ଘଟଣାସ୍ଥଳରେ ବୃଦ୍ଧା ଟଳି ପଡ଼ିଥିଲେ।

ଟାଙ୍ଗିଆରେ ହାଣିବା ପରେ ଅଭିଯୁକ୍ତ ଫେରାର ହୋଇ ଯାଇଥିଲା । ସଂପର୍କୀୟ ଲୋକେ ବୃଦ୍ଧାଙ୍କୁ କୋକସରା ଡାକ୍ତରଖାନା ଆଣିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ପରିବାର ପକ୍ଷରୁ ମୃତା ବୃଦ୍ଧାଙ୍କ ପୁତୁରା ଜଳନ୍ଧର ତାଣ୍ଡି କୋକସରା ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ପରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରିବା ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ପାରିପାର୍ଶ୍ବିକ ଅବସ୍ଥା ଅନୁଧ୍ୟାନ କରିବା ପରେ ଭବାନୀପାଟଣାରୁ ସାଇଣ୍ଟିଫିକ ଟିମ ସାହାଯ୍ୟରେ ତଦନ୍ତ କରିଥିଲେ । ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଥିଲା।

ସୂଚନା ମୁତାବକ ମୃତ ବୃଦ୍ଧା କାଳିନ୍ଦ୍ରୀ ତାଣ୍ଡିଙ୍କ ସ୍ୱାମୀ ଓ ପୁଅଙ୍କ ଦୀର୍ଘ ବର୍ଷ ହେବ ମୃତ୍ୟୁ ହୋଇଛି । ତାଙ୍କର ଝିଅ କାଉଡୋଳା ଗ୍ରାମରେ ବିବାହ ଦେବାପରେ ସେ ଗତ କିଛିବର୍ଷ ହେବ ଘରେ ଏକୁଟିଆ ରହୁଥିଲେ। ଅଭିଯୁକ୍ତ ଶ୍ରୀକର ପୁଞ୍ଜି ଓ ମୃତ ବୃଦ୍ଧାଙ୍କ ଘର ସାମ୍ନାସାମ୍ନି ରହିଥିବା ବେଳେ ପୂର୍ବରୁ ବୃଦ୍ଧା ଓ ଅଭିଯୁକ୍ତଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ଗଣ୍ଡଗୋଳ ହୋଇଥିବା କାରଣକୁ ନେଇ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ବୋଲି ପୋଲିସ ସୂତ୍ରରୁ ପ୍ରକାଶ। ଘଟଣା ପରେ ଅଭିଯୁକ୍ତ ଶ୍ରୀକର ପୁଞ୍ଜିକୁ କୋକସରା ପୋଲିସ ଗିରଫ କରିଛି ଓ ଏ ସଂକ୍ରାନ୍ତରେ କୋକସରା ଥାନା କେଶ ନମ୍ବର ୧୬୦/୨୪ ରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଜାରି ରହିଥିବା ନେଇ କୋକସରା ଥାନା ଅଧିକାରୀ ରୋନିତା ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri