ଜୀବନ ଯୁଦ୍ଧରେ ହାରିଗଲେ ବୃଦ୍ଧା

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ପରିତ୍ୟକ୍ତ ଅବସ୍ଥାରେ ମୁକୁଳା ପଡିଥିବା ଏକ ବୋରୱେଲ ଗାତରେ ଦୁଃଖୀ ନେଗୀ ନାମ୍ନୀ ଜଣେ ବୃଦ୍ଧା ଖସି ପଡିଥିଲେ। ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ ସହଯୋଗରେ ଗାତ ଖୋଳାଯାଇ ପ୍ରାୟ ୫ଘଣ୍ଟାର ଅପରେଶନ ପରେ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଥିଲା। ହେଲେ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଛନ୍ତି।

ହେଲେ ଉକ୍ତ ବୋରୱେଲ କି’ଏ ଖୋଳିଥିଲେ ତାହାର ତଦନ୍ତ କରାଯିବ ବୋଲି ସୁବର୍ଣ୍ଣପୁର ଜିଲା ଏସ୍‌ପି ଅମରେଶ ପଣ୍ଡା ସୂଚନା ଦେଇଛନ୍ତି। ଏପରି କି ତଦନ୍ତ ପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି। ଅନ୍ୟପକ୍ଷେ ଦୀର୍ଘ ବର୍ଷ ହେଲା ବୋରୱେଲ ଖୋଳାଯାଇ ପରିତ୍ୟକ୍ତ ଅବସ୍ଥାରେ ପଡିଥିବା ଜଣାପଡିଛି।

ଅନ୍ୟପକ୍ଷେ ବୋରୱେଲ ଗାତରେ ଏକ ବିଷଧର ଚିତି ସାପ ରହିଥିଲା। ହେଲେ ବୃଦ୍ଧାଙ୍କୁ କିଛି କ୍ଷତି ପହଞ୍ଚାଇ ନ ଥିବା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଗ୍ନିଶମ କର୍ମଚାରୀ କହିଛନ୍ତି।

ସୂଚନାଯୋଗ୍ୟ, ସୋମବାର ବୃଦ୍ଧା ଜଣକ ଝାଡୁ ତିଆରି ପାଇଁ ବେଣା ଘାସ ସଂଗ୍ରହ ଲାଗି ଘରୁ ବାହାରିଥିଲେ। ହେଲେ ସେ ଘରକୁ ଫେରି ନ ଥିଲେ। ମଙ୍ଗଳବାର ସକାଳେ ସେ ୨୦ ଫୁଟ ଗଭୀର ବୋରୱେଲ ଗାତରେ ଖସି ପଡିଥିବା ଜଣାପଡିଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri