ଜୀବନ ଯୁଦ୍ଧରେ ହାରିଗଲେ ବୃଦ୍ଧା

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ପରିତ୍ୟକ୍ତ ଅବସ୍ଥାରେ ମୁକୁଳା ପଡିଥିବା ଏକ ବୋରୱେଲ ଗାତରେ ଦୁଃଖୀ ନେଗୀ ନାମ୍ନୀ ଜଣେ ବୃଦ୍ଧା ଖସି ପଡିଥିଲେ। ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ ସହଯୋଗରେ ଗାତ ଖୋଳାଯାଇ ପ୍ରାୟ ୫ଘଣ୍ଟାର ଅପରେଶନ ପରେ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଥିଲା। ହେଲେ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଛନ୍ତି।

ହେଲେ ଉକ୍ତ ବୋରୱେଲ କି’ଏ ଖୋଳିଥିଲେ ତାହାର ତଦନ୍ତ କରାଯିବ ବୋଲି ସୁବର୍ଣ୍ଣପୁର ଜିଲା ଏସ୍‌ପି ଅମରେଶ ପଣ୍ଡା ସୂଚନା ଦେଇଛନ୍ତି। ଏପରି କି ତଦନ୍ତ ପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି। ଅନ୍ୟପକ୍ଷେ ଦୀର୍ଘ ବର୍ଷ ହେଲା ବୋରୱେଲ ଖୋଳାଯାଇ ପରିତ୍ୟକ୍ତ ଅବସ୍ଥାରେ ପଡିଥିବା ଜଣାପଡିଛି।

ଅନ୍ୟପକ୍ଷେ ବୋରୱେଲ ଗାତରେ ଏକ ବିଷଧର ଚିତି ସାପ ରହିଥିଲା। ହେଲେ ବୃଦ୍ଧାଙ୍କୁ କିଛି କ୍ଷତି ପହଞ୍ଚାଇ ନ ଥିବା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଗ୍ନିଶମ କର୍ମଚାରୀ କହିଛନ୍ତି।

ସୂଚନାଯୋଗ୍ୟ, ସୋମବାର ବୃଦ୍ଧା ଜଣକ ଝାଡୁ ତିଆରି ପାଇଁ ବେଣା ଘାସ ସଂଗ୍ରହ ଲାଗି ଘରୁ ବାହାରିଥିଲେ। ହେଲେ ସେ ଘରକୁ ଫେରି ନ ଥିଲେ। ମଙ୍ଗଳବାର ସକାଳେ ସେ ୨୦ ଫୁଟ ଗଭୀର ବୋରୱେଲ ଗାତରେ ଖସି ପଡିଥିବା ଜଣାପଡିଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri