Posted inଖେଳ

ଆନନ୍ଦ ଫିଡେର ଉପସଭାପତି ନିର୍ବାଚିତ

ଚେନ୍ନାଇ, ୮ା୮(ପି.ଟି.): ଭାରତୀୟ ଚେସ୍‌ କିମ୍ବଦନ୍ତୀ ବିଶ୍ୱନାଥନ ଆନନ୍ଦ ରବିବାର ଅନ୍ତର୍ଜାତୀୟ ଚେସ୍‌ ମହାସଂଘ (ଫିଡେ)ର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆର୍କାଡି ଡିଭୋରକୋଭିଚ୍‌ ପୁନର୍ବାର ମହାସଂଘର ସଭାପତି ହୋଇଛନ୍ତି। ୫ଥର ବିଶ୍ୱ ଚାମ୍ପିୟନ ଆନନ୍ଦ ହେଉଛନ୍ତି ଡିଭୋରକୋଭିଚ୍‌ଙ୍କ ଦଳର ଅଂଶବିଶେଷ। ଡିଭୋରକୋଭିଚ୍‌ଙ୍କୁ ୧୫୭ ଭୋଟ ମିଳିଥିବା ବେଳେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଆନ୍ଦ୍ରି ବେରିସ୍‌ପୋଲେଟ୍ସଙ୍କୁ ମାତ୍ର ୧୬ଟି ଭୋଟ ମିଳିଥିଲା। ଗୋଟିଏ ଭୋଟ୍‌ ନାକଚ ହୋଇଯାଇଥିବା ବେଳେ ୫ଜଣ ଭୋଟଦାନରୁ ବିରତ ରହିଥିଲେ। ଏଠାରେ ୪୪ତମ ଚେସ୍‌ ଅଲିମ୍ପିଆଡ୍‌ ସହିତ ଫିଡେ କଂଗ୍ରେସ ସମୟରେ ବିଶ୍ୱ ଚେସ୍‌ ପରିଷଦର ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆନନ୍ଦ ତାଙ୍କ ଉଜ୍ଜ୍ୱଳମୟ କ୍ୟାରିୟରରେ ଅନେକ ଟାଇଟଲ ଓ ସମ୍ମାନ ପାଇଛନ୍ତି।

ବର୍ତ୍ତମାନ ସେ ଟୁର୍ନାମେଣ୍ଟ ଖେଳିବା କମାଇଦେବା ସହ କୋଚିଂ ଉପରେ ଧ୍ୟାନ ଦେଉଛନ୍ତି। ବାଲ୍ୟକାଳରୁ ସେ ତାଙ୍କ ପ୍ରତିଭାର ପରିଚୟ ଦେଇଥିଲେ। ବିଶ୍ୱ ଜୁନିୟର ଟାଇଟଲ ଜିତିବା ପରେ ସେ ଭାରତର ପ୍ରଥମ ଗ୍ରାଣ୍ଡମାଷ୍ଟର ହୋଇଥିଲେ। ଏହାପରଠାରୁ ସେ ଚେସ୍‌ରେ ବିଶ୍ୱସ୍ତରରେ ଭାରତର ନେତୃତ୍ୱ ନେଇ ଆସୁଛନ୍ତି। ସେ ଆହୁରି ମଧ୍ୟ ୫ଟି ବିଶ୍ୱ ଟାଇଟଲ ହାସଲ କରିଛନ୍ତି। ଶେଷଥର ସେ ୨୦୧୭ରେ ବିଶ୍ୱ ରାପିଡ୍‌ ଟାଇଟଲ ଜିତିଥିଲେ। ବର୍ତ୍ତମାନ ଅଲିମ୍ପିଆଡ୍‌ ଖେଳୁଥିବା ଦଳରେ ଯଦିଓ ସେ ସାମିଲ ହୋଇନାହାନ୍ତି ତେବେ ଭାରତୀୟ ଦଳର ଖେଳ ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?