ଆସୁଛି ବିଜେଡିର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୫।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଆଉ ଦିନ କେଇଟା ପରେ ତାରିଖ ଘୋଷଣା ହେବ। ତାରିଖ ଘୋଷଣା ପୂର୍ବରୁ କେନ୍ଦ୍ରରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ସରକାର ପ୍ରକଳ୍ପ ପ୍ରକଳ୍ପ ଶିଳାନ୍ୟାସ କରିଚାଲିଛନ୍ତି। ତାରିଖ ଘୋଷଣା ପରେ ଆରମ୍ଭ ହୋଇଯିବ ଜୋରସୋର ପ୍ରସ୍ତୁତି। ତେବେ ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ତା’ର ପ୍ରଥମ ପ୍ରର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି ଯେଉଁମାନଙ୍କୁ ଓଡିଶାରେ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ହେଉଥିଲା ସେମାନଙ୍କର ନାଁ ତାଲିକାରେ ନାହିଁ। ସେପଟେ ଏଯାଏଁ ମେଣ୍ଟ କଥା ଜୋରସୋରରେ ଚର୍ଚ୍ଚା ଥମୁ ନ ଥିବାବେଳେ ଦୁଇ ଦଳ ଭାଜପା-ବିଜେଡି ଏହାକୁ ଖୋଲାଖୋଲି ଖଣ୍ଡନ କରୁଛନ୍ତି। ତେବେ ଏହାରି ଭିତରେ ଶୁଣିବାକୁ ମିଳୁଛି କି, ଖୁବଶୀଘ୍ର ବିଜେଡି ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବ। ଯାହାକୁ ନେଇ ରାଜ୍ୟ ରାଜନୀତି କଳ୍ପନା ଜଳ୍ପନା ଲାଗି ରହିଛି।

ରାଜନୈତିକ ବିଶେଷଜ୍ଞମାନେ ଅନୁମାନ କରୁଛନ୍ତି କି, ୫୦ ପ୍ରତିଶତ ଆସନରେ ପ୍ରାର୍ଥୀଙ୍କୁ ଗ୍ରୀନ ସିଗନାଲ ଦେଇ ସାରିଛି ଦଳ । କାରଣ ଅଧିକାଂଶ ସ୍ଥାନରେ ନେତା ଏବେ ନିର୍ବାଚନମଣ୍ଡଳୀରେ କାମ ଆରମ୍ଭ କରିଦେଲେଣି । ଯେଉଁଠି ପ୍ରାର୍ଥୀଙ୍କୁ ସିଗନାଲ ମିଳିସାରିଛି ସେଠାରେ ବାଦ ପଡ଼ିଥିବା ନେତା ଦଳ ଛାଡୁଥିବା ଜଣାପଡ଼ିଛି । କୁହାଯାଉଛି ମାର୍ଚ୍ଚ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ମଧ୍ୟରେ ବିଜେଡି ପ୍ରାର୍ଥୀଙ୍କ ତାଲିକା ରିଲିଜ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri