ବାରବାଟୀ-କଟକ ଉପରେ ନଜର

କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ବିଜେଡି ପକ୍ଷରୁ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରାଯାଇଛି। ବିଧାନସଭା ଆସନ ପାଇଁ ଚୌଦ୍ୱାର-କଟକରୁ ପ୍ରାର୍ଥୀ ଭାବେ ସୌଭିକ୍‌ ବିଶ୍ୱାଳ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା, ନିଆଳିରୁ ପ୍ରମୋଦ ମଲ୍ଲିକ, ବାଙ୍କୀରୁ ଦେବୀରଞ୍ଜନ ତ୍ରିପାଠୀ, ଆଠଗଡ଼ରୁ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବଡ଼ମ୍ବାରୁ ଦେବୀ ମିଶ୍ରଙ୍କ ନାମ ଘୋଷଣା କରାଯାଇଛି। ହେଲେ କଟକ ଜିଲାର ବାରବାଟୀ-କଟକ, ସାଲେପୁର ଓ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା ବାକି ରହିଛି। ବିଶେଷକରି ବାରବାଟୀ-କଟକରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କର ନଜର ରହିଛି।
ବିଜେଡି ପ୍ରାର୍ଥୀ ଭାବେ ଚୌଦ୍ୱାର-କଟକରୁ ସୌଭିକ୍‌ ବିଶ୍ୱାଳ ୨୦୧୯ରୁ ନିର୍ବାଚିତ ହୋଇଥିବାବେଳେ ୨୦୨୪ ନିର୍ବାଚନରେ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ହୋଇଛନ୍ତି। ସେହିପରି କଟକ ସଦରରୁ ଚନ୍ଦ୍ରସାରଥି ବେହେରା ୨୦୦୯ରେ ନିର୍ବାଚିତ ହୋଇଥିବାବେଳେ ତୃତୀୟଥର ଆସନ୍ତା ନିର୍ବାଚନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ନିଆଳିରୁ ପ୍ରମୋଦ ମଲ୍ଲିକ ୨୦୦୯ରୁ ନିର୍ବାଚିତ ହୋଇ ଆସୁଥିବାବେଳେ ଚତୁର୍ଥଥର ଆସନ୍ତା ନିର୍ବାଚନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ବାଙ୍କୀରୁ ଦେବୀରଞ୍ଜନ ତ୍ରିପାଠୀ ୨୦୧୯ରେ ନିର୍ବାଚିତ ହୋଇଥିବାବେଳେ ୨୦୨୪ ନିର୍ବାଚନରେ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ହୋଇଛନ୍ତି। ଆଠଗଡ଼ରୁ ରଣେନ୍ଦ୍ର ପ୍ରତାପ ସ୍ବାଇଁ ୧୯୯୪ରେ ନିର୍ବାଚିତ ହୋଇଥିବାବେଳେ ଆସନ୍ତା ନିର୍ବାଚନ ପାଇଁ ସପ୍ତମ ଥର ପ୍ରାର୍ଥୀ ହୋଇଛନ୍ତି। ବଡ଼ମ୍ବାରୁ ଦେବୀ ମିଶ୍ର ୧୯୯୯ ମସିହାରେ ନିର୍ବାଚିତ ହୋଇଥିବାବେଳେ ଆସନ୍ତା ନିର୍ବାଚନ ପାଇଁ ଷଷ୍ଠଥର ପ୍ରାର୍ଥୀ ହୋଇଛନ୍ତି। ପ୍ରାୟତଃ ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ରିପିଟ୍‌ କରାଯାଇଛି। ଅପରପକ୍ଷରେ ପ୍ରାର୍ଥୀ ଘୋଷଣା ପୂର୍ବରୁ ବାରବାଟୀ-କଟକ ବିଧାନସଭା ଆସନ ପାଇଁ ଦେବାଶିଷ ସାମନ୍ତରାୟଙ୍କ ନଁା ଚର୍ଚ୍ଚାରେ ରହିଥିଲା। ହେଲେ ବିଜେଡି ତାଙ୍କୁ ରାଜ୍ୟ ସଭାକୁ ପଠାଇଛି। ଦେବାଶିଷଙ୍କ ପରେ ଦଳ କାହାକୁ ପ୍ରାର୍ଥୀ କରିବ ସେନେଇ ସ୍ପଷ୍ଟ ହୋଇପାରିନି।
ପ୍ରାର୍ଥୀ ଘୋଷଣା ପରେ କଟକଚଣ୍ଡୀଙ୍କୁ ଦର୍ଶନ କରି ସୌଭିକ୍‌ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌, ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ସମେତ ଚୌଦ୍ୱାରବାସୀଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ପୁନର୍ବାର ଦଳର ସୁପ୍ରିମୋ ମୋ ଉପରେ ବିଶ୍ୱାସ କରିଛନ୍ତି। ଯେପରି ପୂର୍ବରୁ କାମ କରି ଆସିଛି, ଠିକ୍‌ ସେହିପରି ଭାବେ କାର୍ଯ୍ୟ ଜାରି ରଖିବି ବୋଲି ସେ କହିଛନ୍ତି। ସେହିପରି ଦେବୀ ରଞ୍ଜନ ତ୍ରିପାଠୀ କହିଛନ୍ତି, ଦଳର ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଉଛି। ମା’ ଚର୍ଚ୍ଚିକା, କଟକଚଣ୍ଡୀଙ୍କ ଆଶୀର୍ବାଦ ଏବଂ ବାଙ୍କୀ ଅଞ୍ଚଳର ଶୁଭେଚ୍ଛୁଙ୍କ ଭଲ ପାଇବା ଯୋଗୁ ପୁର୍ନବାର ପ୍ରାର୍ଥୀ ହୋଇପାରିଛି। ଯେଉଁଭଳି ଭାବେ କାମ କରି ଦଳର ସୁପ୍ରିମୋଙ୍କ ବିଶ୍ୱାସ ଜିତିପାରିଛି, ଠିକ୍‌ ସେହିପରି କାର୍ଯ୍ୟ ଜାରି ରଖି ଲୋକଙ୍କ ଆହୁରି ନିକଟତର ହେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri