Posted inଜାତୀୟ

ଆଗୁଆ ନିର୍ବାଚନ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ମୋଦି

ପଣଜୀ, ୨୨ା୬(ପି.ଟି.): ୨୦୨୪ ପୂର୍ବରୁ ଦେଶରେ ଆଗୁଆ ସାଧାରଣ ନିର୍ବାଚନ ହେବା ନେଇ ଚାଲିଥିବା ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ବୁଧବାର ଗୋଆରେ ଜି୨୦ ପର୍ଯ୍ୟଟନ ମନ୍ତ୍ରୀସ୍ତରୀୟ ବୈଠକର ଉଦ୍‌ଘାଟନ ଅଧିବେଶନରେ ମୋଦିଙ୍କ ରେକର୍ଡ ହୋଇଥିବା ବାର୍ତ୍ତା ପରିବେଷଣ କରାଯାଇଥିଲା। ଏଥିରେ ଉପରୋକ୍ତ ବିଷୟ ଜଣାପଡ଼ିଛି। ମୋଦି କହିଛନ୍ତି ଯେ, ଭାରତରେ ଆସନ୍ତା ବର୍ଷ ଗଣତନ୍ତ୍ର ପର୍ବ ତଥା ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ୧୦୦ କୋଟିରୁ ଊର୍ଦ୍ଧ୍ୱ ଜନସାଧାରଣ ଭାଗ ନେବେ। ‘ଗଣତନ୍ତ୍ରର ଉତ୍ସବ’ ଦେଖିବା ପାଇଁ ଭାରତ ଆସିବାକୁ ମୋଦି ଜି୨୦ ପ୍ରତିନିଧିମାନଙ୍କୁ ଆମନ୍ତ୍ରଣ କରିବା ଅବସରରେ କହିଛନ୍ତି, ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଜ ଗଠନ କରିବାରେ ପର୍ଯ୍ୟଟନର ସାମର୍ଥ୍ୟ ରହିଛି। ଆତଙ୍କବାଦ ବିଭାଜନ କରୁଥିବାବେଳେ ପର୍ଯ୍ୟଟନ ଏକତା ସୃଷ୍ଟି କରିଥାଏ। ୨୦୨୪ରେ ଭାରତର ପରବର୍ତ୍ତୀ ପିଢ଼ି ନିର୍ବାଚନ ହେବାକୁ ଯାଉଛି। ଗଣତନ୍ତ୍ରର ଜନନୀ ଭାରତରେ ଗଣତନ୍ତ୍ରର ଉତ୍ସବକୁ ଉପଭୋଗ କରିବାକୁ ପ୍ରଧାନମନ୍ତ୍ରୀ ଜି୨୦ ପ୍ରତିନିଧିମାନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri