ସରିଲା ନିର୍ବାଚନୀ ପ୍ରଚାର, ୩୧ରେ ମତଦାନ

ଝାରସୁଗୁଡ଼ା ଅଫିସ, ୨୯।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ଲାଗି ଆସନ୍ତା ୩୧ରେ ମତଦାନ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏନେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଆସିଥିବା ଷ୍ଟାର ପ୍ରଚାରକ ନେତୃବୃନ୍ଦ ରବିବାର ସନ୍ଧ୍ୟାରେ ନିର୍ବାଚନ ମଣ୍ଡଳୀଛାଡି ଚାଲିଯାଇଛନ୍ତି। ଶେଷ ଦିବସରେ ଭାଜପା ପ୍ରାର୍ଥତ୍ନୀ ରାଧାରାଣୀ ପଣ୍ଡା ନିଜ ଦଳର ଷ୍ଟାର ପ୍ରଚାରକଙ୍କ ସହ ଲଖନପୁର ବ୍ଲକ୍‌, ବେଲପାହାଡ଼ ଓ ବ୍ରଜରାଜନଗର ପୌରାଞ୍ଚଳରେ ପ୍ରଚାର ଚଳାଇଥିଲେ। ଏହିପରି ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ଦଳର ଷ୍ଟାର ପ୍ରଚାରକଙ୍କୁ ଧରି କଦମ୍ବଡିହି ଓ ଭଅଁରଖୋଲ ପଞ୍ଚାୟତରେ କର୍ମୀ ସମ୍ମିଳନୀ ସହ ମହିଳା ସମାବେଶ କରିଥିଲେ। ଏଥିରେ ମନ୍ତ୍ରୀ ସୁଶାନ୍ତ ସିଂ, ମନ୍ତ୍ରୀ ଟୁକୁନି ସାହୁ, ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀପ୍ରସାଦ ମିଶ୍ର, ଆକାଶ ଦାସ ନାୟକ, ବିକ୍ରମ ପଣ୍ଡା, ଲତିକା ପ୍ରଧାନ, ରୀତା ସାହୁ, ଚନ୍ଦ୍ର ଶେଖର ସାହୁ ପ୍ରମୁଖ ନେତୃବୃନ୍ଦ ଯୋଗଦେଇଥିଲେ। ଏହାକୁ ବିଜେଡି ବ୍ଲକ ସଭାପତି ରବିରନତ୍ ପ୍ରଧାନ ପରିଚାଳନା କରିଥିଲେ। ସେହିପରି କଂଗ୍ରେସ ପ୍ରାର୍ଥୀ କିଶୋର ଚନ୍ଦ୍ର ପଟେଲ ତାଙ୍କ ସମର୍ଥକଙ୍କୁ ସାଙ୍ଗରେ ଧରି ଓ୍ବାର୍ଡକୁ ଓ୍ବାର୍ଡ ବୁଲି ପ୍ରଚାର କରିଥିଲେ। ସେ ରୋଡ଼ ଶୋ’ରେ ସହର ପରିକ୍ରମା କରିଥିଲେ। ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ପ୍ରାର୍ଥୀ ରମେଶ ତ୍ରିପାଠୀ ରୋଡ ଶୋ’ରେ ବାହାରି ଗାଁକୁ ଗାଁ ବୁଲି ପ୍ରଚାରକୁ ଜୋରଦାର କରିଥିଲେ। ଏସବୁ ଦଳୀୟ ପ୍ରାର୍ଥୀ ସେମାନଙ୍କର ପ୍ରଚାର ଜୋରଦାର ଚଳାଇଥିବା ବେଳେ ସ୍ବାଧୀନ ପ୍ରାର୍ଥୀମାନେ ମଧ୍ୟ ପ୍ରଚାରରେ ପଛରେ ପଡି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri