ସରିଲା ନିର୍ବାଚନୀ ପ୍ରଚାର, ୩୧ରେ ମତଦାନ

ଝାରସୁଗୁଡ଼ା ଅଫିସ, ୨୯।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ଲାଗି ଆସନ୍ତା ୩୧ରେ ମତଦାନ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏନେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଆସିଥିବା ଷ୍ଟାର ପ୍ରଚାରକ ନେତୃବୃନ୍ଦ ରବିବାର ସନ୍ଧ୍ୟାରେ ନିର୍ବାଚନ ମଣ୍ଡଳୀଛାଡି ଚାଲିଯାଇଛନ୍ତି। ଶେଷ ଦିବସରେ ଭାଜପା ପ୍ରାର୍ଥତ୍ନୀ ରାଧାରାଣୀ ପଣ୍ଡା ନିଜ ଦଳର ଷ୍ଟାର ପ୍ରଚାରକଙ୍କ ସହ ଲଖନପୁର ବ୍ଲକ୍‌, ବେଲପାହାଡ଼ ଓ ବ୍ରଜରାଜନଗର ପୌରାଞ୍ଚଳରେ ପ୍ରଚାର ଚଳାଇଥିଲେ। ଏହିପରି ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ଦଳର ଷ୍ଟାର ପ୍ରଚାରକଙ୍କୁ ଧରି କଦମ୍ବଡିହି ଓ ଭଅଁରଖୋଲ ପଞ୍ଚାୟତରେ କର୍ମୀ ସମ୍ମିଳନୀ ସହ ମହିଳା ସମାବେଶ କରିଥିଲେ। ଏଥିରେ ମନ୍ତ୍ରୀ ସୁଶାନ୍ତ ସିଂ, ମନ୍ତ୍ରୀ ଟୁକୁନି ସାହୁ, ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀପ୍ରସାଦ ମିଶ୍ର, ଆକାଶ ଦାସ ନାୟକ, ବିକ୍ରମ ପଣ୍ଡା, ଲତିକା ପ୍ରଧାନ, ରୀତା ସାହୁ, ଚନ୍ଦ୍ର ଶେଖର ସାହୁ ପ୍ରମୁଖ ନେତୃବୃନ୍ଦ ଯୋଗଦେଇଥିଲେ। ଏହାକୁ ବିଜେଡି ବ୍ଲକ ସଭାପତି ରବିରନତ୍ ପ୍ରଧାନ ପରିଚାଳନା କରିଥିଲେ। ସେହିପରି କଂଗ୍ରେସ ପ୍ରାର୍ଥୀ କିଶୋର ଚନ୍ଦ୍ର ପଟେଲ ତାଙ୍କ ସମର୍ଥକଙ୍କୁ ସାଙ୍ଗରେ ଧରି ଓ୍ବାର୍ଡକୁ ଓ୍ବାର୍ଡ ବୁଲି ପ୍ରଚାର କରିଥିଲେ। ସେ ରୋଡ଼ ଶୋ’ରେ ସହର ପରିକ୍ରମା କରିଥିଲେ। ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ପ୍ରାର୍ଥୀ ରମେଶ ତ୍ରିପାଠୀ ରୋଡ ଶୋ’ରେ ବାହାରି ଗାଁକୁ ଗାଁ ବୁଲି ପ୍ରଚାରକୁ ଜୋରଦାର କରିଥିଲେ। ଏସବୁ ଦଳୀୟ ପ୍ରାର୍ଥୀ ସେମାନଙ୍କର ପ୍ରଚାର ଜୋରଦାର ଚଳାଇଥିବା ବେଳେ ସ୍ବାଧୀନ ପ୍ରାର୍ଥୀମାନେ ମଧ୍ୟ ପ୍ରଚାରରେ ପଛରେ ପଡି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri