Posted inଜାତୀୟ

କଶ୍ମୀରରେ ନିର୍ବାଚନ ପ୍ରଚାର ଶେଷ

ଶ୍ରୀନଗର,୩୦ା୯: ଜମ୍ମୁ-କଶ୍ମୀର ବିଧାନସଭାର ତୃତୀୟ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ହେବାକୁ ଥିବାବେଳେ ଏଥିପାଇଁ ପ୍ରଚାର ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଶେଷ ପର୍ଯ୍ୟାୟର ଶେଷ ଦିନରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରଚାର କରାଯାଇଥିଲା। ବିଶେଷ କରି ଭାଜପା, କଂଗ୍ରେସ, ନ୍ୟାଶନାଲ କନ୍‌ଫରେନ୍ସ ଏବଂ ପିଡିପି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ପରସ୍ପରକୁ ଟାର୍ଗେଟ କରିଥିଲେ। ପାକିସ୍ତାନ, ଅନୁଚ୍ଛେଦ ୩୭୦, ଆତଙ୍କବାଦ ଏବଂ ସଂରକ୍ଷଣ ଆଦି ପ୍ରଚାରରେ ମୁଖ୍ୟ ପ୍ରସଙ୍ଗ ହୋଇଥିଲା। ମଙ୍ଗଳବାର ଜମ୍ମୁ ଅଞ୍ଚଳର ଜମ୍ମୁ, ଉଧାମପୁର, ସାମ୍ବା ଓ କଠୁଆ ଏବଂ ଉତ୍ତର କଶ୍ମୀରର ବାରମୂଲ୍ଲା, ବନ୍ଦିପୋରା ଏବଂ କୁପ୍‌ଓ୍ବାଡ଼ା ଜିଲାର ୪୦ଟି ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ ୪୧୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏହା କଶ୍ମୀରରେ ପ୍ରଥମ ବିଧାନସଭା ନିର୍ବାଚନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଚାରରେ ଯାଇ କଶ୍ମୀରରୁ ବହୁ ଦଶନ୍ଧିର ଅନ୍ୟାୟ ଏବଂ ଅସମାନତା ଦୂର ପାଇଁ ତାଙ୍କର ୧୦ ବର୍ଷର ପଦକ୍ଷେପ ଉପରେ ଗୁରୁତ୍ୱାରୋପ କରିଥିଲେ। କଶ୍ମୀରକୁ ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବା ଏକ ସାମୟିକ ନିଷ୍ପତ୍ତି ଥିଲା ଏବଂ ଭାଜପା ନେତୃତ୍ୱରେ ଖୁବ୍‌ଶୀଘ୍ର ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ମୋଦି ପ୍ରତିଶ୍ରୁତି ଦେଇଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ସକ୍ରିୟ ଭାବେ ପ୍ରଚାର କରିଥିଲେ। ଅନ୍ୟପକ୍ଷରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ପ୍ରଚାର ମଙ୍ଗ ଧରିଥିବାବେଳେ ଫାରୁକ୍‌ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଏବଂ ମେହବୁବା ମୁଫ୍‌ତି ଯଥାକ୍ରମେ ଏନ୍‌ସି ଏବଂ ପିଡିପି ପ୍ରଚାରର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri