Posted inଜାତୀୟ

କଶ୍ମୀରରେ ନିର୍ବାଚନ ପ୍ରଚାର ଶେଷ

ଶ୍ରୀନଗର,୩୦ା୯: ଜମ୍ମୁ-କଶ୍ମୀର ବିଧାନସଭାର ତୃତୀୟ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ହେବାକୁ ଥିବାବେଳେ ଏଥିପାଇଁ ପ୍ରଚାର ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଶେଷ ପର୍ଯ୍ୟାୟର ଶେଷ ଦିନରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରଚାର କରାଯାଇଥିଲା। ବିଶେଷ କରି ଭାଜପା, କଂଗ୍ରେସ, ନ୍ୟାଶନାଲ କନ୍‌ଫରେନ୍ସ ଏବଂ ପିଡିପି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ପରସ୍ପରକୁ ଟାର୍ଗେଟ କରିଥିଲେ। ପାକିସ୍ତାନ, ଅନୁଚ୍ଛେଦ ୩୭୦, ଆତଙ୍କବାଦ ଏବଂ ସଂରକ୍ଷଣ ଆଦି ପ୍ରଚାରରେ ମୁଖ୍ୟ ପ୍ରସଙ୍ଗ ହୋଇଥିଲା। ମଙ୍ଗଳବାର ଜମ୍ମୁ ଅଞ୍ଚଳର ଜମ୍ମୁ, ଉଧାମପୁର, ସାମ୍ବା ଓ କଠୁଆ ଏବଂ ଉତ୍ତର କଶ୍ମୀରର ବାରମୂଲ୍ଲା, ବନ୍ଦିପୋରା ଏବଂ କୁପ୍‌ଓ୍ବାଡ଼ା ଜିଲାର ୪୦ଟି ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ ୪୧୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏହା କଶ୍ମୀରରେ ପ୍ରଥମ ବିଧାନସଭା ନିର୍ବାଚନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଚାରରେ ଯାଇ କଶ୍ମୀରରୁ ବହୁ ଦଶନ୍ଧିର ଅନ୍ୟାୟ ଏବଂ ଅସମାନତା ଦୂର ପାଇଁ ତାଙ୍କର ୧୦ ବର୍ଷର ପଦକ୍ଷେପ ଉପରେ ଗୁରୁତ୍ୱାରୋପ କରିଥିଲେ। କଶ୍ମୀରକୁ ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବା ଏକ ସାମୟିକ ନିଷ୍ପତ୍ତି ଥିଲା ଏବଂ ଭାଜପା ନେତୃତ୍ୱରେ ଖୁବ୍‌ଶୀଘ୍ର ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ମୋଦି ପ୍ରତିଶ୍ରୁତି ଦେଇଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ସକ୍ରିୟ ଭାବେ ପ୍ରଚାର କରିଥିଲେ। ଅନ୍ୟପକ୍ଷରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ପ୍ରଚାର ମଙ୍ଗ ଧରିଥିବାବେଳେ ଫାରୁକ୍‌ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଏବଂ ମେହବୁବା ମୁଫ୍‌ତି ଯଥାକ୍ରମେ ଏନ୍‌ସି ଏବଂ ପିଡିପି ପ୍ରଚାରର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri