ସାଇକେଲରେ ବୁଲି ନିର୍ବାଚନୀ ପ୍ରଚାର: ୬ ରାଜ୍ୟରେ କଲେଣି ପ୍ରଚାର

ନୂଆପଡ଼ା,୪ା୧୧(ପୀତାମ୍ବର ସାହୁ):ଯେତେବେଳେ ବିଭିନ୍ନ ଦଳ ଡିଜେ ସାଉଣ୍ଡ ଲଗାଇ ଗାଡ଼ିରେ ପ୍ରଚାର କରୁଛନ୍ତି ସେତେବେଳେ ଏକ ସାଇକେଲରେ ଛୋଟ ସାଉଣ୍ଡ ସିଷ୍ଟମ ଲଗାଇ ପ୍ରଚାର କରୁଛନ୍ତି ଜଣେ ବ୍ୟକ୍ତି। ସେ ହେଲେ ସନ୍ତୋଷ କୁମାର ପାତ୍ର(୫୪)। ତାଙ୍କ ଘର ବରଗଡ ଜିଲା ସୋହେଲାରେ। ସେ ଏବେ ନୂଆପଡ଼ା ଆସି ଏହି ଉପନିର୍ବାଚନରେ ଭାଜପା ପାଇଁ ସାଇକେଲରେ ବୁଲି ପ୍ରଚାର କରୁଛନ୍ତି। ଭାଜପାର ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ଭୋଟ ଦେବାକୁ ସେ ନିବେଦନ କରୁଛନ୍ତି। ସେ ଜଣେ ପୂର୍ବତନ ସରପଞ୍ଚ। ୧୯୯୭ରୁ ୨୦୦୨ ପର୍ଯ୍ୟନ୍ତ ସୋହେଲାର ସରପଞ୍ଚ ଭାବେ କାର୍ଯ୍ୟ କରିଛନ୍ତି। ସେ ଅବିବାହିତ ଅଟନ୍ତି। ସେ ୧୯୯୯ରେ ଭାଜପାର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି। ସେହି ଦିନଠାରୁ ସେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ବୁଲି ଭାଜପା ସପକ୍ଷରେ ପ୍ରଚାର କରୁଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଉତ୍ତରପ୍ରଦେଶର ବନାରସରେ ପ୍ରଚାର କରିଥିବା ପ୍ରକାଶ କରିଛନ୍ତି। ଗୋରଖପୁରରେ ସେ ଯୋଗୀ ଆଦିତ୍ୟନାଥଙ୍କ ପାଇଁ ମଧ୍ୟ ନିର୍ବାଚନୀ ପ୍ରଚାର କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସେ ହରିଆନା, ଦିଲ୍ଲୀ, ଛତିଶଗଡ଼, ପଞ୍ଜାବ, ଉତ୍ତରପ୍ରଦେଶ, ଓଡ଼ିଶା ବିଧାନସଭା ନିର୍ବାଚନରେ ଭାଜପା ପାଇଁ ପ୍ରଚାର କରିସାରିଛନ୍ତି। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଏଠାରେ ପ୍ରତ୍ୟେକ ନାଗରିକ ନିଜର ମତ ସାବ୍ୟସ୍ତ କରିବା ଉଚିତ ବୋଲି କହି ଲୋକଙ୍କୁ ସଚେତନ ମଧ୍ୟ କରୁଛନ୍ତି। ସେ କାହିଁକି ଭାଜପାରେ ଯୋଗଦେଇ ଏହାର ସମର୍ଥନରେ ପ୍ରଚାର କରୁଛନ୍ତି ବୋଲି ପଚାରିବାରୁ ନିର୍ବାଚନ ପାଇଁ ଯେ କୌଣସି ଦଳରେ ଯୋଗଦେବା ଆବଶ୍ୟକ ବୋଲି କହିଛନ୍ତି। ଏହା ସହିତ ଭାଜପାର ନୀତି ଆଦର୍ଶ ତାଙ୍କୁ ଆକୃଷ୍ଟ କରିଥିଲା ବୋଲି ଆମକୁ କହିଛନ୍ତି। ସେ ନିର୍ବାଚନ ସମୟରେ ପ୍ରଚାର କରୁଥିବା ବେଳେ ବାକି ସମୟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ସହିତ ଏହାର ସୁବିଧା ହାସଲ କରିବା ପାଇଁ ବିଭିନ୍ନ ସ୍ଥାନକୁ ସାଇକେଲରେ ବୁଲି ପ୍ରଚାର କରିଥାନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri