Posted inଜାତୀୟ

ଶିବସେନା ଓ ଧନୁ-ତୀରକୁ ନେଇ ଇସିଙ୍କ ନିଷ୍ପତ୍ତିକୁ ‘ଅନ୍ୟାୟ’ ବୋଲି କହିଲେ ଠାକରେ ସେନା

ମୁମ୍ବାଇ,୯ ।୧୦: ମହାରାଷ୍ଟ୍ରର ଉଦ୍ଧବ ଠାକରେଙ୍କ ଶିବସେନା ଗ୍ରୁପ ନିର୍ବାଚନ କମିଶନଙ୍କ ଦୁଇଟି ଦଳର ନାମ ଓ ନିର୍ବାଚନ ଚିହ୍ନ ‘ଧନୁ-ତୀର’ର ବ୍ୟବହାର ଉପରେ ରୋକ ଲାଗାଇବା ନିଷ୍ପତ୍ତିକୁ ‘ଅନ୍ୟାୟ’ ବୋଲି କହିଛନ୍ତି । ଜୁନରେ ଶିବସେନା ଦୁଇଭାଗ ହେବାପରେ ଠାକରେ ଓ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ନିଜ ନିଜକୁ ଅସଲ ଶିବସେନା କହି ଦଳର ନାମ ଓ ନିର୍ବାଚନ ଚିହ୍ନର ବ୍ୟବହାର କରିବାକୁ ଅନୁମତି ମାଗିଥିଲେ ।
ସୂଚନାଯୋଗ୍ୟ, ଅନ୍ଧେରି ଇଷ୍ଟ ବିଧାନସଭା ଆସନରେ ୩ ନଭେମ୍ବରକୁ ହେବକୁ ଯାଉଥିବା ଉପନିର୍ବାଚନ ପୂର୍ବରୁ ଶନିବାର ଏକ ମଧ୍ୟବର୍ତ୍ତିକାଳୀନ ନିର୍ଦ୍ଦେଶରେ ନିର୍ବାଚନ କମିଶନ କହିଛନ୍ତି, ଏହି ନିର୍ବାଚନରେ ଦୁଇ ପକ୍ଷଙ୍କୁ ‘ଶିବାସନାର ନାମ ଓ ଧନୁ-ତୀର’ର ବ୍ୟବହାର କରିବାକୁ ଅନୁମତି ଦିଆଯାଇ ନାହିଁ । ଠାକରେଙ୍କ ଅନୁଗାମୀ ମହାରାଷ୍ଟ୍ର ବିଧାନପରିଷଦର ବିରୋଧୀ ନେତା ଅମ୍ବାଦାସ ଦାନବେ କହିଛନ୍ତି, ନିର୍ବାଚନ କମିଶନ ଉପନିର୍ବାଚନ ପାଇଁ ମଧ୍ୟବର୍ତ୍ତିକାଳୀନ ନିର୍ଦ୍ଦେଶ ଦେବା ପରିବର୍ତ୍ତେ ଏକିକୃତ ନିଷ୍ପତ୍ତି ନେବା ଉଚିତ୍ । ତେଣୁ ଏହା ‘ଅନ୍ୟାୟ’ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri