Posted inଜାତୀୟ

ଏମ୍‌ସିଡି ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ: ୪ରେ ଭୋଟିଂ, ୭ରେ ଫଳାଫଳ

ନୂଆଦିଲ୍ଲୀ,୪।୧୧: ଦିଲ୍ଲୀରେ ମ୍ୟୁନିସିପାଲଟି କର୍ପୋରେସନ ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଦିଲ୍ଲୀର ନିର୍ବାଚନ କମିଶନର ବିଜୟ ଦେବ ଶୁକ୍ରବାର ଅପରାହ୍ନ ୪ଟାରେ ଏକ ଖବରଦାତା ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଦିଲ୍ଲୀରେ ଡିସେମ୍ବର ୪ରେ ମତଦାନ ଓ ଡିସେମ୍ବର ୭ରେ ଫଳାଫଳ ଆସିବ। ତେବେ ଏହାପୂର୍ବରୁ ଅର୍ଥାତ୍‌ ନଭେମ୍ବର ୭ରେ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇ ନଭେମ୍ବର ୧୪ରେ ଶେଷ ହେବ। ସେହିପରି ନଭେମ୍ବର ୧୬ରେ ନାମାଙ୍କନ ଯାଞ୍ଚ ଏବଂ ନଭେମ୍ବର ୧୯ରେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ଦିନ ରହିବ। ଅନ୍ୟପଟେ ନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ଆଚରଣ ସଂହିତା ଲାଗୁ ହୋଇଛି। ନିର୍ବାଚନ ପ୍ରଚାର ପାଇଁ ହୋର୍ଡିଂ ଓ ବ୍ୟାନରକୁ ହଟାଇଦିଆଯିବ। ସୂଚନାଯୋଗ୍ୟ, ଦିଲ୍ଲୀରେ ବିଧାନସଭାର ୭୦ଟି ଆସନ ରହିଛି। କିନ୍ତୁ ୨ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ। ମୋଟ ୬୮ଟି ଆସନରେ ନିର୍ବାଚନ ହେବ, ଯେଉଁଥିରେ ୨୫୦ଟି ଓ୍ବାର୍ଡ ରହିଛି। ସୂଚନା ମୁତାବକ, ୨୦୧୧ ଜନଗଣନା ଅନୁଯାୟୀ ୨୫୦ୱାର୍ଡରେ ୪୨ଟି ଆସନ ଏସ୍‌ସି ପାଇଁ ସଂରକ୍ଷିତ ଥିବା ବେଳେ ୨୧ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ମହିଳାମାନଙ୍କ ପାଇଁ ୧୦୪ଟି ଆସନ ପୃଥକ ଭାବେ ସଂରକ୍ଷିତ ରଖାଯାଇଛି। ସମୁଦାୟ ୧୩୬୬୫ଟି ମତଦାନ କେନ୍ଦ୍ର ରହିବ। ଏଥିସହ ନିର୍ବାଚନରେ ଇଭିଏମ୍‌ ବ୍ୟବହାର କରାଯିବ। ପ୍ରତ୍ୟେକ ବିଧାନସଭାରେ ୬୮ପର୍ଯ୍ୟବେକ୍ଷକ ରହିବେ। ସବୁ ସ୍ଥାନରେ ଭିଡିଓଗ୍ରାଫି କରାଯିବ ବୋଲି ନିର୍ବାଚନ କମିଶନର ବିଜୟ ଦେବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri