Posted inଜାତୀୟ

ପଶ୍ଚିମବଙ୍ଗକୁ ଅବଶିଷ୍ଟ ୪୮୫ କମ୍ପାନୀ କେନ୍ଦ୍ରୀୟ ବାହିନୀ ପଠାଇବାକୁ କେନ୍ଦ୍ରକୁ ଚିଠି ଲେଖିଲେ ନିର୍ବାଚନ ଆୟୋଗ…

କୋଲକାତା,୨୫।୬ : ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ପୁନର୍ବାର କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖି ଅବଶିଷ୍ଟ କେନ୍ଦ୍ରୀୟ ବାହିନୀ ପଠାଇବାକୁ ଦାବି କରିଛନ୍ତି। ସୂତ୍ର ଅନୁଯାୟୀ, ଅବଶିଷ୍ଟ ୪୮୫ କମ୍ପାନୀ କେନ୍ଦ୍ରୀୟ ବାହିନୀ ପଠାଇବା ପାଇଁ ରବିବାର ନିର୍ବାଚନ ଆୟୋଗ କେନ୍ଦ୍ର ସରକାରଙ୍କୁ ଚିଠି ପଠାଇଛନ୍ତି।

କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆୟୋଗ ଦୁଇଥର କେନ୍ଦ୍ର ସରକାରଙ୍କ ଠାରୁ ପଞ୍ଚାୟତ ନିର୍ବାଚନ ପାଇଁ ମୋଟ ୮୨୨ କମ୍ପାନୀ କେନ୍ଦ୍ରୀୟ ବାହିନୀ ପଠାଇବାକୁ ଦାବି କରିଛନ୍ତି। ଅନ୍ୟପକ୍ଷରେ ରାଜ୍ୟ ନିର୍ବାଚନ କମିଶନର ରାଜୀବ ସିହ୍ନା ଶନିବାର ସନ୍ଧ୍ୟାରେ ରାଜ ଭବନରେ ପହଞ୍ଚି ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କୁ ଭେଟିଥିଲେ। ଏହି ସମୟରେ, କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର କିଛି ୟୁନିଟ ରାଜ୍ୟରେ ପହଞ୍ଚି ବିଭିନ୍ନ ଅଞ୍ଚଳରେ ରୁଟ ମାର୍ଚ୍ଚ କରିଛନ୍ତି। ତଥାପି ସମସ୍ତ ସେଣ୍ଟ୍ରାଲ ଫୋର୍ସ ଦଳ ରାଜ୍ୟରେ ପହଞ୍ଚି ନାହାନ୍ତି।

ପଞ୍ଚାୟତ ନିର୍ବାଚନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ନିର୍ବାଚନ ଆୟୋଗ ପୂର୍ବରୁ ୨୨ କମ୍ପାନୀ କେନ୍ଦ୍ରୀୟ ବାହିନୀ ଆବଶ୍ୟକ କରିଥିଲେ। ହାଇକୋର୍ଟଙ୍କ ଭର୍ତ୍ସନା ଏବଂ ପୁନଃ ନିର୍ଦ୍ଦେଶ ପରେ ର୍ନିବାଚନ ଆୟୋଗ ୮୦୦ କମ୍ପାନୀ କେନ୍ଦ୍ରୀୟ ବାହିନୀ ପଠାଇବା ପାଇଁ କେନ୍ଦ୍ରକୁ ଅନୁରୋଧ କରିଛନ୍ତି। ଆୟୋଗର ଅନୁରୋଧ କ୍ରମେ ଗୃହ ମନ୍ତ୍ରଣାଳୟ ପ୍ରଥମ ୨୨ କମ୍ପାନୀ ଯବାନଙ୍କୁ ପଠାଇଛନ୍ତି। ସେମାନେ ରାଜ୍ୟରେ ପହଞ୍ଚି ସାରିଛନ୍ତି। ଜିଲା ଅନୁଯାୟୀ ସେମାନେ ରୁଟ ମାର୍ଚ୍ଚ ଆରମ୍ଭ କରିଛନ୍ତି । ପରେ, ୮୦୦ କମ୍ପାନୀ ମଧ୍ୟରୁ ୩୧୫ କମ୍ପାନୀ କେନ୍ଦ୍ରୀୟ ବାହିନୀ କେନ୍ଦ୍ର ସରକାର ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri