Posted inଜାତୀୟ

ଭାଜପାର ଏଜେନ୍ସି ପରି କାମ କରୁଛି ନିର୍ବାଚନ ଆୟୋଗ: କଂଗ୍ରେସ

ଦିସ୍‌ପୁର,୨୨।୬: ଆସାମ ପାଇଁ ଡେଲିମିଟେସନ ଡକ୍ୟୁମେଣ୍ଟ ଡ୍ରାଫ୍ଟ ଜାରି କରି ଉତ୍ତର-ପୂର୍ବ ରାଜ୍ୟରେ ବିଧାନସଭା ଆସନ ସଂଖ୍ୟା ୧୨୬ ଏବଂ ଲୋକସଭା ଆସନ ସଂଖ୍ୟା ୧୪ ରଖିବାକୁ ନିର୍ବାଚନ ଆୟୋଗ ପ୍ରସ୍ତାବ ଦେଇଛନ୍ତି। ଏନେଇ ଭାଜପା ଏବଂ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛି ବିରୋଧୀ। ବିରୋଧୀଦଳ ଅଭିଯୋଗ କରିଛନ୍ତି ଯେ, ନିର୍ବାଚନ ଆୟୋଗ ଏବଂ ଭାଜପା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରୁଛନ୍ତି। ନିର୍ବାଚନ ଆୟୋଗ କ୍ଷମତାର ପ୍ରଭାବରେ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି। ଏହି ପ୍ରସଙ୍ଗରେ ରାଜନୀତି ଜୋର ଧରିଛି।

ଆସାମପ୍ରଦେଶ କଂଗ୍ରେସ କମିଟି ସଭାପତି ଭୁପେନ ବୋରା ଡେଲିମିଟେସନ ଡକ୍ୟୁମେଣ୍ଟ ଡ୍ରାଫ ପ୍ରସ୍ତାବକୁ ନେଇ ଭାଜପା ଉପରେ ବର୍ଷିଛନ୍ତି। ଏଥିସହ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ଉପରେ ମଧ୍ୟ ପ୍ରଶ୍ନ କରିଛନ୍ତି। ବୋରା କହିଛନ୍ତି, ନିର୍ବାଚନ ଆୟୋଗ ଭାଜପର ଏକ ଏଜେନ୍ସି ଭଳି କାମ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏମାନେ ଆସାମର ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ତେବେ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। କୋର୍ଟ ଜୁଲାଇ ୨୫ରେ ମାମଲାର ଶୁଣାଣି ପାଇଁ ସ୍ଥିର କରିଛନ୍ତି।

ସୂଚନାଯୋଗ୍ୟ, ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ବିଧାନସଭା ଆସନକୁ ଆଠରୁ ନଅକୁ ଏବଂ ଅନୁସୂଚିତ ଜନଜାତିର ୧୬ ରୁ ୧୯କୁ ବୃଦ୍ଧି କରିବାକୁ ନିର୍ବାଚନ ଆୟୋଗ ପ୍ରସ୍ତାବ ଦେଇଛନ୍ତି। ନିର୍ବାଚନ ଆୟୋଗର ଡେଲିମିଟେସନ ଡ୍ରାଫ୍ଟରେ ଅନୁସୂଚିତ ଜନଜାତିଙ୍କ ପାଇଁ ୧୯ଟି ବିଧାନସଭା ଏବଂ ଦୁଇଟି ସଂସଦୀୟ ଆସନ ଏବଂ ଅନୁସୂଚିତ ଜାତି ପାଇଁ ନଅଟି ସଂସଦ ଆସନ ସଂରକ୍ଷଣ କରିବାକୁ ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?