ଇମ୍ରାନ-ଫୱାଦଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କଲେ ନିର୍ବାଚନ କମିଶନ…

ଇସଲାମାବାଦ,୮।୩ : ତୋସଖାନା ମାମଲାରେ ଅଡୂଆରେ ପଡିଥିବା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଦଳର ମୁଖ୍ୟ ଇମ୍ରାନ ଖାନଙ୍କ ଅସୁବିଧା କମିବାର ନା ନେଉନାହଁି। ଏପରିସ୍ଥଳେ ନିର୍ବାଚନ ଆୟୋଗ (ଇସିପି) ବୁଧବାର ଇମ୍ରାନ ତଥା ତାଙ୍କ ଦଳର ନେତା ଫୱାଦ ଚୌଧୁରୀଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରିଛନ୍ତି। ଇସିପି ମୁଖ୍ୟ ନିର୍ବାଚନ କମିଶନର ସିକନ୍ଦର ସୁଲତାନ ରାଜାଙ୍କ ବିରୋଧରେ ଅବମାନନା ମନ୍ତବ୍ୟ ସମ୍ପର୍କରେ ଏକ ମାମଲା ଜାରି କରାଯାଇଛି।

ଖବର ଅନୁଯାୟୀ, ଇସିପି ସଦସ୍ୟ ନିସର ଅହମ୍ମଦ ଦୁରାନୀ, ଶାହା ମହମ୍ମଦ ଜାଟୋଇ, ବାବର ହାସନ ଭରୱାନା ଏବଂ ଜଷ୍ଟିସ (ଅବସରପ୍ରାପ୍ତ) ଇକ୍ରାମ ଉଲ୍ଲା ଖାନଙ୍କୁ ନେଇ ଏକ ଚାରିଜଣିଆ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ନେତା ଏହି ମାମଲାର ଶୁଣାଣିରେ ହାଜର ହୋଇନାହାଁନ୍ତି ବୋଲି କହିଛନ୍ତି ଇସିପି। ଫଳସୱରୂପ, ସେମାନଙ୍କ ବିରୋଧରେ ୫୦ ହଜାର ଟଙ୍କା ଟଙ୍କା ଜାମିନ ଓ୍ବାରେଣ୍ଟ ଜାରି କରିବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ବାକି ନାହିଁ।

ଏହି ରାୟରେ ଇସିପି କହିଛନ୍ତି ଯେ ଇସଲାମାବାଦ ପୋଲିସର ଇନ୍ସପେକ୍ଟର ଜେନେରାଲଙ୍କ ଦ୍ୱାରା ଓ୍ବାରେଣ୍ଟ ଜାରି କରାଯିବ। ଇନ୍ସପେକ୍ଟର ଜେନେରାଲ ପୋଲିସ କାର୍ଯ୍ୟାଳୟ ଇସଲାମାବାଦ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏବଂ ମାର୍ଚ୍ଚ ୧୪ରେ ତାଲିକାଭୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଓ ନ୍ୟୁଜ ରିପୋର୍ଟ କରିଛି ଯେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ବରିଷ୍ଠ ପିଟିଆଇ ନେତା ଫୱାଦ ଚୌଧୁରୀଙ୍କ ପାଇଁ ଦିଆଯାଇଥିବା ପୃଥକ ନିର୍ଦ୍ଦେଶରେ ଇସିପି କହିଛନ୍ତି ଯେ ଉତ୍ତରଦାତାଙ୍କୁ ଅନେକ ଥର ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଅଭିଯୁକ୍ତମାନେ କୋର୍ଟରେ ହାଜର ହେବାରେ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri