Posted inଜାତୀୟ

ଜୟରାମ ରମେଶଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ

ନୂଆଦିଲ୍ଲୀ,୨।୬: କଂଗ୍ରେସ ନେତା ଜୟରାମ ରମେଶ ଆଜି ଦାବି କରିଛନ୍ତି ଯେ ଜୁନ ୪ରେ ଲୋକ ସଭା ନିର୍ବାଚନ ଗଣନା ପୂର୍ବରୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୧୫୦ଜିଲା ମାଜିଷ୍ଟ୍ରେଟ ଏବଂ କଲେକ୍ଟରଙ୍କୁ ଫୋନ କରିଛନ୍ତି। ଜୟରାମ ରମେଶଙ୍କ ଏହି ଦାବି ପରେ ନିର୍ବାଚନ ଆୟୋଗ ତାଙ୍କୁ ଏକ ଚିଠି ଲେଖି ଏ ସମ୍ପର୍କରେ ଜବାବ ମାଗିଛନ୍ତି।

ରବିବାର ରମେଶଙ୍କୁ ଲେଖାଯାଇଥିବା ଚିଠିରେ ନିର୍ବାଚନ କମିଶନ ତାଙ୍କୁ ରବିବାର ସା ୭ ଟା ପର୍ଯ୍ୟନ୍ତ ତାଙ୍କ ଦାବିର ବିବରଣୀ ଶେୟାର କରିବାକୁ କହିଛନ୍ତି। ନିର୍ବାଚନ ଆୟୋଗ ଜୟରାମ ରମେଶଙ୍କ ପୋଷ୍ଟକୁ ଉଦ୍ଧୃତ କରିଛନ୍ତି
ଜୟରାମ ଏହା ମଧ୍ୟ କହିଛନ୍ତି ଯେ ଏହା ଏକ ଲଜ୍ଜାଜନକ ବିପଦ, ଯାହା ଦର୍ଶାଉଛି ଯେ ଭାଜପା କେତେ ହତାଶ।
ଜୟରାମ ଆହୁରି ମଧ୍ୟ କହିଛନ୍ତି ଯେ ଲୋକମାନେ ମୋଦି ଏବଂ ଶାହାଙ୍କୁ ହଟାଇବାକୁ ଚାହୁଁଛନ୍ତି ଏବଂ ସେଥିପାଇଁ ଇଣ୍ଡିଆ ମେଣ୍ଟ ଅଧିକ ଆସନ ଜିତୁଛି। କଂଗ୍ରେସ ନେତା ଆହୁରି କହିଛନ୍ତି ଯେ ଅଧିକାରୀମାନେ କୌଣସି ଚାପରେ ଆସନ୍ତୁ ନାହିଁ ଏବଂ ସମ୍ବିଧାନର ରକ୍ଷଣାବେକ୍ଷଣ କରିବା ଉଚିତ୍‌। ସୂଚନାଯୋଗ୍ୟ, ଏପ୍ରିଲ ୧୯ ରେ ଆରମ୍ଭ ହୋଇଥିବା ଲୋକ ସଭା ନିର୍ବାଚନ ପାଇଁ ମାରାଥନ ସାତ-ପର୍ଯ୍ୟାୟ ଭୋଟ ପ୍ରକ୍ରିୟା ଶନିବାର, ଜୁନ ୧ରେ ଶେଷ ହୋଇଛି। ଶନିବାର ନିର୍ବାଚନ ଆୟୋଗ (ECI) କହିଛି ଯେ ଜୁନ ୧ରେ ସାତୋଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ରେ ଲୋକ ସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟରେ ଶେଷ ଧାରା ଅନୁଯାୟୀ ପ୍ରାୟ ୬୨.୩୬ ପ୍ରତିଶତ ମତଦାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri