Posted inଜାତୀୟ

ଆଜି ଦିନ ୧୨ଟାରେ ଘୋଷଣା ହେବ ଗୁଜରାଟ ବିଧାନସଭା ନିର୍ବାଚନ ତାରିଖ

ନୂଆଦିଲ୍ଲୀ,୩ ।୧୧: ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ଗୁରୁବାର ଦିନ ୧୨ଟାରେ ତାରିଖ ଘୋଷଣା ହେବ ବୋଲି ଜଣାପଡିଛି । ନିର୍ବାଚନ କମିଶନ ଦିନ ୧୨ଟାରେ ଏକ ପ୍ରେସ କନଫରେନ୍ସ କରି ତାରିଖ ଘୋଷଣା କରିବେ ବୋଲି ଜଣାପଡିଛି । ଗୁଜରାଟ ବିଧାନସଭା ନିର୍ବାଚନକୁ ଦେଇ ପୂର୍ବରୁ କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା) ବଳ କଷି ସାରିଥିବା ବେଳେ, ଏଥର ଆମ ଆଦମୀ ପାର୍ଟି(ଏଏପି)ର ଏଣ୍ଟ୍ରି ପ୍ରତିଦ୍ୱନ୍ଦିତାକୁ ଆହୁରି ରୋଚକ କରି ଦେଇଛି ।
ସୂଚନା ଯୋଗ୍ୟ, ଆମ ଆଦମୀ ପାର୍ଟି(ଏଏପି) ଗୁଜରାଟ ବିଧାନସଭାକୁ ନଜରରେ ରଖି ମଙ୍ଗଳବାର ୨୨ ଜଣ ପ୍ରାର୍ଥିଙ୍କର ଆଉ ଏକ ତାଲିକା ଜାରି କରିଥିଲା । ଦଳ ପକ୍ଷରୁ ଏପର୍ଯ୍ୟନ୍ତ ମୋଟ ୧୦୮ଜଣ ପ୍ରାର୍ଥିଙ୍କ ନାମ ଘୋଷଣା ହୋଇ ସାରିଲାଣି । ଏଏପି ଏକ ମାତ୍ର ରାଜନୈତିକ ଦଳ ଯେକି ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ୧୦୦ରୁ ଊର୍ଦ୍ଧ୍ୱ ପ୍ରାର୍ଥିଙ୍କ ନାମ ଘୋଷଣା କରିଛି । ଗୁଜରାଟ ବିଧାନସଭାରେ ୧୮୨ ଆସନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri