ଇମ୍ରାନ ଖାନ୍‌ଙ୍କୁ ଝଟ୍‌କା: ଅଯୋଗ୍ୟ ଘୋଷିତ କଲେ ନିର୍ବାଚନ କମିଶନର

ଇସ୍‌ଲାମାବାଦ୍‌,୨୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ପାକିସ୍ତାନର ନିର୍ବାଚନ ଆୟୋଗ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୫ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି। ତୋଷଖାନା ମାମଲାରେ ଇମ୍ରାନ ଖାନଙ୍କୁ ଦୁର୍ନୀତିଗ୍ରସ୍ତ ଅପରାଧରେ ଦୋଷୀ ସାବ୍ୟସ୍ତ କରିଛନ୍ତି ଇସ୍‌ଲାମାବାଦ ନିର୍ବାଚନ କମିଶନର(ଇସିପି)। ଇମ୍ରାନ ଖାନ ଆଉ ସଂସଦର ସଦସ୍ୟ ନୁହଁନ୍ତି ବୋଲି ଶୁକ୍ରବାର ଇସିପି ଘୋଷଣା କରିଛି। ଦୁର୍ନୀତିଗ୍ରସ୍ତ ଆଚରଣ ପାଇଁ ଇମ୍ରାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଇସିପି ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଶୁକ୍ରବାର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ସିକନ୍ଦର ସୁଲତାନ ରାଜାଙ୍କ ନେତୃତ୍ୱରେ ଏକ ୪ଜଣିଆ ଖଣ୍ଡପୀଠ ଇସ୍‌ଲାମାବାଦର ଇସିପି ସଚିବାଳୟରେ ଏନେଇ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଏକ ୫ଜଣିଆ ଖଣ୍ଡପୀଠ ଦ୍ୱାରା ସର୍ବସମ୍ମତି କ୍ରମେ ନିଆଯାଇଛି। ତେବେ ଆଜିର ଘୋଷଣାରେ ପଞ୍ଜାବର ସଦସ୍ୟମାନେ ଉପସ୍ଥିତ ନ ଥିଲେ। ଅନ୍ୟପଟେ ଏହି ରାୟ ଅନୁଯାୟୀ, ମିଥ୍ୟା ବୟାନ ଦେବା ଅଭିଯୋଗରେ ଇମ୍ରାନଙ୍କ ବିରୋଧରେ ଅପରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନାଯୋଗ୍ୟ, ୨୦୧୮ରେ ଇମ୍ରାନ ଖାନ ପ୍ରଧାନମନ୍ତ୍ରୀ ହୋଇଥିଲେ। ଆରବ ଦେଶ ଗସ୍ତ ସମୟରେ ସେ ସେଠାରେ ଥିବା ଶାସକମାନଙ୍କ ଦ୍ୱାରା ମହଙ୍ଗା ଉପହାର ଗ୍ରହଣ କରିଥିଲେ। ଏହି ଉପହାରଗୁଡ଼ିବକୁ ଇମ୍ରାନ ତୋଷଖାନାରେ ଜମା କରିଥିଲେ। କିନ୍ତୁ ପରେ ଇମ୍ରାନ ତୋଷଖାନାରୁ ଶସ୍ତା ଦାମରେ କିଣି ଅଧିକ ଲାଭରେ ବିକ୍ରି କରିଥିଲେ। ତେବେ ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟାକୁ ତାଙ୍କ ସରକାର ଆଇନଗତ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?