Posted inଜାତୀୟ

ରାଜନୈତିକ ଦଳଙ୍କୁ ଆଦର୍ଶ ଆଚରଣ ବିଧିର ମନେ ପକାଇଲେ ନିର୍ବାଚନ କମିଶନ, ପ୍ରଚାରରେ ପୂଜା ସ୍ଥଳର ନ ହେଉ ବ୍ୟବହାର…

ନୂଆଦିଲ୍ଲୀ,୨୧।୧ : ୩ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ବିଭିନ୍ନ ଉପ-ନିର୍ବାଚନ ପୂର୍ବରୁ ର୍ନିବାଚନ ଆୟୋଗ ରାଜନୈତିକ ଦଳମାନଙ୍କୁ ଆଇନର ଧାରା ଏବଂ ଆଦର୍ଶ ଆଚରଣ ବିଧି ବିଷୟରେ ମନେ ପକାଇ ଦେଇଛନ୍ତି। ପ୍ରଚାରରେ ପୂଜାପାଠ ସ୍ଥଳର ବ୍ୟବହାରକୁ ଆୟୋଗ ବାରଣ କରିଛନ୍ତି।

ଜାନୁୟାରୀ ୧୯ରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଆୟୋଗ ଏକ ଚିଠି ଲେଖିଥିଲେ। ଏଥିରେ ନିର୍ବାଚନ ଆୟୋଗ ୨୦୧୨ର ଏହି ନିର୍ଦ୍ଦେଶନାମାକୁ ମନେ ପକାଇ ଦେଇଛନ୍ତି ଯେଉଁଥିରେ ଦର୍ଶାଯାଇଛି ଯେ ଆଦର୍ଶ ଆଚରଣ ବିଧିର ବିଦ୍ୟମାନ ବ୍ୟବସ୍ଥା କୌଣସି ପ୍ରକାରେ ନିର୍ବାଚନ ପ୍ରଚାର ପାଇଁ ଏକ ପ୍ଲାଟଫର୍ମ ଭାବରେ ଉପାସନା ସ୍ଥଳ ବ୍ୟବହାରକୁ ବାରଣ କରିଥାଏ।

ଅଧିକନ୍ତୁ, ଧାର୍ମିକ ଅନୁଷ୍ଠାନ (ଅପବ୍ୟବହାର ରୋକିବା) ଅଧିନିୟମ, ୧୯୮୮ ର ଧାରା ୩, ୫ ଏବଂ ୬ କୌଣସି ରାଜନୈତିକ ଦଳର ଲାଭ ପାଇଁ ଅବା ରାଜନୈତିକ ଚିନ୍ତାଧାରା କିମ୍ବା ରାଜନୈତିକ କାର୍ଯ୍ୟକଳାପ କିମ୍ବା ଧାର୍ମିକ ଅନୁଷ୍ଠାନରେ ପ୍ରଚାର କିମ୍ବା ପ୍ରସାରକୁ ବାରଣ କରିଥାଏ କିମ୍ବା ପାଣ୍ଠିର ବ୍ୟବହାରକୁ ବାରଣ କରିଥାଏ। ଏଥିରେ ଦର୍ଶାଯାଇଛି ଯେ ଏହି ନିୟମକୁ ଉଲ୍ଲଂଘନ କଲେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ସହ ଜରିମାନା କରାଯିବ। ଚିଠିର ଏକ ନକଲ ସମସ୍ତ ସ୍ବୀକୃତିପ୍ରାପ୍ତ ଜାତୀୟ ତଥା ରାଜ୍ୟ ସ୍ତରୀୟ ଦଳର ନେତାଙ୍କ ନିକଟକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri