Posted inଜାତୀୟ

ଶରଦ ପାୱାର ଦଳକୁ ନୋଟିସ ପଠାଇଲେ ନିର୍ବାଚନ ଆୟୋଗ

ମୁମ୍ବାଇ,୨୭।୭: ନିର୍ବାଚନ ଆୟୋଗ ଏନସିପିର ଶରଦ ପାୱାର ଦଳକୁ ନୋଟିସ ଜାରି କରିଛନ୍ତି। ଏଥିରେ ଅଜିତ ପାୱାରଙ୍କ ପକ୍ଷରେ ହୋଇଥିବା ଦାବି ସମ୍ପର୍କରେ ଜବାବ ମଗାଯାଇଛି। ଶରଦ ପାୱାର ଦଳ ଗୁରୁବାର କହିଛନ୍ତି ଯେ, ନିର୍ବାଚନ ଆୟୋଗ ଏକ ଚିଠି ପଠାଇ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପକ୍ଷରୁ ଦଳ ଏବଂ ପ୍ରତୀକ ଉପରେ ଦାବି କରିବା ଉପରେ ସେ ପ୍ରତିକ୍ରିୟା ମାଗିଛନ୍ତି।

ଶରଦ ପାୱାର ଗୋଷ୍ଠୀର ମୁଖପାତ୍ର କ୍ଲାଇଡ କ୍ରାଷ୍ଟୋ କହିଛନ୍ତି ଯେ, ସେ ଶୀଘ୍ର ଏହି ଚିଠିର ଉତ୍ତର ଦେବେ। ଅନ୍ୟପକ୍ଷରେ ଅଜିତ ପାୱାର ଦଳର ନେତା ପ୍ରଫୁଲ୍ଲ ପଟେଲ ଏ ସମ୍ପର୍କରେ କିଛି କହିବାକୁ ମନା କରି ଦେଇଛନ୍ତି। ପଟେଲ କହିଛନ୍ତି ଯେ, ଆମ ଦଳର ଆଭ୍ୟନ୍ତରୀଣ ବ୍ୟାପାର ସହ ଜଡିତ ପ୍ରସଙ୍ଗ ଉପରେ ମୁଁ ମନ୍ତବ୍ୟ ଦେବାକୁ ଚାହୁଁ ନାହିଁ।

ସେ କହିଛନ୍ତି, ଶରଦ ପାୱାର ଆମର ଆଦର୍ଶ ହୋଇ ରହିବେ ଏବଂ ଆମେ ଚାହୁଁ ଯେ ସେ ନେଇଥିବା ରାଜନୈତିକ ନିଷ୍ପତ୍ତି ସେ ଗ୍ରହଣ କରନ୍ତୁ। ପଟେଲ କହିଛନ୍ତି ଯେ ଆମେ ତାଙ୍କୁ (ଶରଦ ପାୱାର) ବିଶ୍ୱାସ କରିବୁ। ଉଲ୍ଲେଖନୀୟ କଥା ହେଉଛି, ଜୁଲାଇ ୨ ରେ ଅଜିତ ପାୱାର ତାଙ୍କ ସହ ଅନେକ ଏନସିପି ବିଧାୟକଙ୍କୁ ନେଇ ବିଦ୍ରୋହ କରିଥିଲେ। ଯାହା ପରେ ପାର୍ଟୀରେ ବିଭାଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri