ନିର୍ବାଚନ ଆୟୋଗ, ସରକାରଙ୍କ ଜବାବ ଦାଖଲ

କଟକ ଅଫିସ,୨୬।୧୦: ହାଇକୋର୍ଟରେ ସୋମବାର ପୌର ନିର୍ବାଚନ ବିଳମ୍ବ ମାମଲାର ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ବି.ପି. ରାଉତରାୟଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଯୁକ୍ତି ଉପସ୍ଥାପନ କରିଥିବାବେଳେ ହାଇକୋର୍ଟରେ ରାଜ୍ୟ ନିର୍ବାଚନ ଆୟୋଗ ଏବଂ ରାଜ୍ୟ ସରକାର ଜବାବ ଦାଖଲ କରିଛନ୍ତି। ଆସନ୍ତା ଜାନୁୟାରୀ ୧୦ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପୌର ନିର୍ବାଚନ ବିଳମ୍ବ ନେଇ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ପୂର୍ବତନ ମନ୍ତ୍ରୀ ସମୀର ଦେ ଏବଂ ପୂର୍ବତନ ପ୍ରଶାସକ ପ୍ରସନ୍ନ ମିଶ୍ର ହାଇକୋର୍ଟରେ ପିଟିଶନ ଦାଖଲ କରିଥିଲେ। ୩ବର୍ଷ ବିତିଯାଇଥିଲେ ମଧ୍ୟ ନିର୍ବାଚନ ବିଳମ୍ବ ହୋଇଥିବାରୁ ହାଇକୋର୍ଟ କ୍ଷୁବ୍ଧ ହେବା ସହ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ନୋଟିସ ଜାରି କରିଥିଲେ। ଏନେଇ ଜବାବ ଦାଖଲ କରିବାପାଇଁ ଆୟୋଗଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ରାଜ୍ୟ ମୁଖ୍ୟ ଶାସନ ସଚିବ, ପଞ୍ଚାୟତିରାଜ ବିଭାଗ ଏବଂ ନଗର ଉନ୍ନୟନ ବିଭାଗର ସଚିବଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। କେଉଁ ପରିସ୍ଥିତିରେ ବର୍ତ୍ତମାନ ସୁଦ୍ଧା ନିର୍ବାଚନ କରାଯାଇନାହିଁ ଏବଂ କେବେ ସୁଦ୍ଧା ନିର୍ବାଚନ ହେବ ସେନେଇ ହାଇକୋର୍ଟ ଜବାବ ତଲବ କରିଥିଲେ। ସୂଚନାଯୋଗ୍ୟ, ୨୦୧୮ ସେପ୍ଟେମ୍ବରରୁ ରାଜ୍ୟର ଏନ୍‌ଏସି, ପୌର ପାଳିକା ଓ ମହାନଗର ନିଗମଗୁଡ଼ିକର କାର୍ଯ୍ୟକାଳ ଶେଷ ହୋଇଯାଇଛି। ତେବେ ପୌର ନିର୍ବାଚନ ଲାଗି ରାଜ୍ୟ ସରକାର ପଦକ୍ଷେପ ନେଉ ନ ଥିବା ଭାଜପା ଅଭିଯୋଗ ଆଣିଥିଲା। ଏଥିସହ ଭାଜପାର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟି ସ୍ମାରକପତ୍ର ଦେଇଥିଲା। ପରେ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ସମେତ ଅନ୍ୟ ୨ଜଣଙ୍କ ପକ୍ଷରୁ ପୃଥକ ଭାବେ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା। ରାଜ୍ୟ ସରକାରଙ୍କ ଚାପରେ ନିର୍ବାଚନ ଆୟୋଗ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ନେଉନାହାନ୍ତି ବୋଲି ଆବେଦନକାରୀମାନେ ସେମାନଙ୍କ ପିଟିଶନରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri