Posted inରାଜ୍ୟ

ପ୍ରାର୍ଥୀଙ୍କ ଖର୍ଚ୍ଚ ଉପରେ ନିର୍ବାଚନ ଆୟୋଗ ରଖିବେ ନଜର, ଭୁବନେଶ୍ୱରରେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୮ା୪: ରାଜ୍ୟରେ ସାଧାରଣ ନିର୍ବାଚନ ସହ ବିଧାନସଭା ଲାଗି ନିର୍ବାଚନ ହେଉଥିବାରୁ, ଏହାକୁ ଦୃଷ୍ଟିରେ ରଖି ବ୍ୟୟ ପରିଚାଳନା ପ୍ରସ୍ତୁତି ସମୀକ୍ଷା ହୋଇଛି । ନିର୍ବାଚନରେ ବିଭିନ୍ନ ଦଳୀୟ ପ୍ରାର୍ଥୀମାନଙ୍କ ନିର୍ବାଚନୀ ଖର୍ଚ୍ଚ ଉପରେ କିଭଳି ନଜର ରଖାଯିବ ଓ ସେ ସମ୍ପର୍କିତ ଟିକିନିଖି ତଥ୍ୟ ସଂଗ୍ରହ କରାଯିବ, ସେନେଇ କେନ୍ଦ୍ରୀୟ ଖର୍ଚ୍ଚ ପର୍ଯ୍ୟବେକ୍ଷକ ହିମାଳିନୀ କଶ୍ୟପଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ସୋମବାର ଭୁବନେଶ୍ୱରସ୍ଥିତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରୀମତୀ କଶ୍ୟପ’ ଆୟକର ଅଧିକାରୀ, ପ୍ରବର୍ତ୍ତନ ବିଭାଗ ଅଧିକାରୀ ଏବଂ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସଂସ୍ଥାଗୁଡ଼ିକ ସହ ଆଲୋଚନା କରିଛନ୍ତି । ଏହି ବୈଠକରେ ଦେନନ୍ଦିନ ଭିତ୍ତିରେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନଙ୍କ ଖର୍ଚ୍ଚ ଉପରେ କିପରି ନଜର ରଖାଯାଇପାରିବ, ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିବା ଜଣାପଡ଼ିଛି ।

ଏହି ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କଦ୍ୱାରା ସ୍ଥିରିକୃତ ଖର୍ଚ୍ଚ ସୀମାକୁ ଦୃଢ଼ଭାବେ ପାଳନ କରିବା ଲାଗି ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ଏଥିଲାଗି ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ନିମନ୍ତେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ବ୍ୟତୀତ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କୁ ନିଯୁକ୍ତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri