Posted inରାଜ୍ୟ

ପ୍ରାର୍ଥୀଙ୍କ ଖର୍ଚ୍ଚ ଉପରେ ନିର୍ବାଚନ ଆୟୋଗ ରଖିବେ ନଜର, ଭୁବନେଶ୍ୱରରେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୮ା୪: ରାଜ୍ୟରେ ସାଧାରଣ ନିର୍ବାଚନ ସହ ବିଧାନସଭା ଲାଗି ନିର୍ବାଚନ ହେଉଥିବାରୁ, ଏହାକୁ ଦୃଷ୍ଟିରେ ରଖି ବ୍ୟୟ ପରିଚାଳନା ପ୍ରସ୍ତୁତି ସମୀକ୍ଷା ହୋଇଛି । ନିର୍ବାଚନରେ ବିଭିନ୍ନ ଦଳୀୟ ପ୍ରାର୍ଥୀମାନଙ୍କ ନିର୍ବାଚନୀ ଖର୍ଚ୍ଚ ଉପରେ କିଭଳି ନଜର ରଖାଯିବ ଓ ସେ ସମ୍ପର୍କିତ ଟିକିନିଖି ତଥ୍ୟ ସଂଗ୍ରହ କରାଯିବ, ସେନେଇ କେନ୍ଦ୍ରୀୟ ଖର୍ଚ୍ଚ ପର୍ଯ୍ୟବେକ୍ଷକ ହିମାଳିନୀ କଶ୍ୟପଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ସୋମବାର ଭୁବନେଶ୍ୱରସ୍ଥିତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରୀମତୀ କଶ୍ୟପ’ ଆୟକର ଅଧିକାରୀ, ପ୍ରବର୍ତ୍ତନ ବିଭାଗ ଅଧିକାରୀ ଏବଂ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସଂସ୍ଥାଗୁଡ଼ିକ ସହ ଆଲୋଚନା କରିଛନ୍ତି । ଏହି ବୈଠକରେ ଦେନନ୍ଦିନ ଭିତ୍ତିରେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନଙ୍କ ଖର୍ଚ୍ଚ ଉପରେ କିପରି ନଜର ରଖାଯାଇପାରିବ, ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିବା ଜଣାପଡ଼ିଛି ।

ଏହି ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କଦ୍ୱାରା ସ୍ଥିରିକୃତ ଖର୍ଚ୍ଚ ସୀମାକୁ ଦୃଢ଼ଭାବେ ପାଳନ କରିବା ଲାଗି ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ଏଥିଲାଗି ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ନିମନ୍ତେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ବ୍ୟତୀତ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କୁ ନିଯୁକ୍ତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା...

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ...

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

ମୋ ବସ୍‌ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ

ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍‌ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍‌ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ...

କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି...

KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ

କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri