Posted inଜାତୀୟ

୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ପଦକ୍ଷେପ ନେବେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ, ୨୬।୫ : ଦେଶରେ ୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ନିର୍ବାଚନ କମିଶନ ପଦକ୍ଷେପ ଗ୍ରହଣ କରିବେ। ଏସବୁ ଦଳଗୁଡ଼ିକ ଅଡ଼ିଟ ରିପୋର୍ଟ ଏବଂ ନିର୍ବାଚନ ଖର୍ଚ୍ଚ ରିପୋର୍ଟ, ଠିକଣା ସୂଚନା ପରିବର୍ତ୍ତନ ସମ୍ବିଧାନିକ ଆବଶ୍ୟକତାକୁ ପାଳନ କରିନାହାନ୍ତି। ଏହି ଦଳଗୁଡ଼ିକ କୌଣସି ରିପୋର୍ଟ ଦାଖଲ କରିନାହାଁନ୍ତି। ଏସବୁ ଦଳଗୁଡ଼ିକ ବିରୋଧରେ ଜନପ୍ରତିନିଧି ଅଧିନିୟମର ଧାରା ୨୯ ଅନ୍ତର୍ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଟାଇମ୍ସ ଅଫ ଇଣ୍ଡିଆ ସୂତ୍ରରୁ ପ୍ରକାଶ ଯେ, ୨୦୦୧ ରେ ଏହି ଦଳଗୁଡ଼ିକର ସଂଖ୍ୟା ୬୯୪ ଥିଲା, ଯାହା ୨୦୨୧ରେ ୨୧୦୦କୁ ବୃଦ୍ଧି ପାଇଥିଲା। ତେବେ ୨୦୧୯ ନିର୍ବାଚନରେ କେବଳ ୬୨୩ ଟି ଦଳ ଅଂଶଗ୍ରହଣ କରିଥିଲେ। ବର୍ତ୍ତମାନ ଏହି ଦଳଗୁଡିକୁ ପଞ୍ଜିକୃତ କରିବା ପାଇଁ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି।

ନିର୍ବାଚନ ଆୟୋଗ ଏହାର ନିର୍ଦ୍ଦେଶନାମା ଅନୁଯାୟୀ କହିଛନ୍ତି ଯେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ଗ୍ରହଣ କରିବାର କିଛି ଦିନ ମଧ୍ୟରେ ପ୍ରାୟ ୮୭ ଟି ପଞ୍ଜିକୃତ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିଷୟରେ ସୂଚନା ମିଳିଛି। ଏହା ପରେ, ନାମ ଏବଂ ଠିକଣା ଅନୁସନ୍ଧାନରେ ଯାଞ୍ଚ ହୋଇପାରି ନାହିଁ। ବର୍ତ୍ତମାନ ସେସବୁ ଦଳକୁ ଅଣ ମାନ୍ୟତା ପ୍ରାପ୍ତ ପାର୍ଟିର ତାଲିକାରୁ ହଟାଇ ଦିଆଯିବ।

ତେବେ ତାଲିକାରେ ନାମ ଥିବା ଏଭଳି ଦଳ ଗୁଡ଼ିକ ୩୦ ଦିନ ମଧ୍ୟରେ ସମ୍ପୃକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବ୍ୟାଙ୍କ କାରବାରର ପ୍ରାଧିକୃତ ଦସ୍ତଖତ କପି ସହିତ ବର୍ତ୍ତମାନର ବାର୍ଷିକ ଯୋଗଦାନ ରିପୋର୍ଟ, ଅଡିଟ ଆକାଉଣ୍ଟ ପ୍ରମାଣ ଦାଖଲ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?