Posted inଜାତୀୟ

ରାଜସ୍ଥାନ-ତେଲଙ୍ଗାନା ଗସ୍ତ କରିବେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୮।୯: ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ରାଜ୍ୟ ଗସ୍ତରେ ଯାଇ ପ୍ରସ୍ତୁତିର ଆକଳନ କରୁଛନ୍ତି। ନିର୍ବାଚନ ହେବାକୁ ଥିବା ରାଜ୍ୟରେ ପ୍ରସ୍ତୁତିର ଆକଳନ ପାଇଁ ଶୁକ୍ରବାରଠାରୁ ରାଜସ୍ଥାନକୁ ତିନି ଦିନିଆ ଗସ୍ତରେ ଯିବେ।
ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରବୀଣ ଗୁପ୍ତା କହିଛନ୍ତି ଯେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ଏବଂ ଅରୁଣ ଗୋୟଲ ଶୁକ୍ରବାର ଜୟପୁରରେ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧୀଙ୍କ ସହ ଏକ ବୈଠକ କରିବେ। ଏହା ପରେ ଆୟୋଗ ରାଜସ୍ଥାନ ପୋଲିସ, ଆୟକର, ଏକ୍ସାଇଜ ସମୀକ୍ଷା କରିବେ। ପରିବହନ, ବାଣିଜି୍ୟକ କର ବିଭାଗ, ରେଲଓ୍ବେ ଏବଂ ବିମାନବନ୍ଦର ଇତ୍ୟାଦିର ନୋଡାଲ ଅଧିକାରୀଙ୍କ ସହ ଆଲୋଚନା କରିବେ।
ସରକାରୀ ସୂତ୍ର ଗୁରୁବାର ଦିନ କହିଛି ଯେ ନିର୍ବାଚନ କମିଶନ ଅକ୍ଟୋବର ୩ରୁ ତିନି ଦିନ ତେଲଙ୍ଗାନାରେ ରହି ନିର୍ବାଚନ ପ୍ରସ୍ତୁତିର ଆକଳନ କରିବେ। ନିର୍ବାଚନ ହେବାକୁ ଯାଉଥିବା ପାଞ୍ଚଟି ରାଜ୍ୟ ମଧ୍ୟରୁ ଶେଷ ଦୁଇଟି ପରିଦର୍ଶନ କରିବା ପରେ ନିର୍ବାଚନ ଆୟୋଗ ଅକ୍ଟୋବର ପ୍ରଥମ ସପ୍ତାହରେ ନିର୍ବାଚନ ସୂଚୀ ଘୋଷଣା କରିପାରିବେ ବୋଲି ବିଶ୍ୱାସ ରହିଛି।
ନଭେମ୍ବର-ଡିସେମ୍ବରରେ ଛତିଶଗଡ, ମଧ୍ୟପ୍ରଦେଶ, ତେଲଙ୍ଗାନା, ମିଜୋରାମ ଏବଂ ରାଜସ୍ଥାନରେ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri