ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରବିବାର ଜ୍ଞାନେଶ କୁମାର ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ନିର୍ବାଚନ କମିଶନର ସୋମବାର ଅପରାହ୍ନ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମଠାରେ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ ଦେବେ। ସେହିଦିନ ରାତିରେ ସେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହା କରାଯିବ। ଏସ୍‌ଆଇଆର୍‌ ମାଧ୍ୟମରେ ନକଲି ଭୋଟର୍‌ ଏବଂ ମତଦାତାଙ୍କ ଏକାଧିକ ନାଁକୁ ତାଲିକାରୁ ବାଦ୍‌ ଦିଆଯାଇପାରିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଏସ୍‌ଆଇଆର୍‌ ଲାଗୁ କରାଯାଉଛି। ହଲେ ଦେଶବ୍ୟାପୀ ବିରୋଧୀ ଦଳଗୁଡ଼ିକ କିନ୍ତୁ ଜୋର୍‌ଦାର ବିରୋଧ କରୁଛନ୍ତି।
ଏସ୍‌ଆଇଆର୍‌ ଜରିଆରେ ଭୋଟର ତାଲିକାରେ ଇସିଆଇ ଗୋଳମାଳ କରୁଥିବା ବିରୋଧୀ ଅଭିଯୋଗ କରୁଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏସ୍‌ଆଇଆର୍‌କୁ ଜୋର୍‌ଦାର ବିରୋଧ କରି ଏନେଇ ଚିଠି ମଧ୍ୟ ଲେଖିଛନ୍ତି। ସେହିକ୍ରମରେ ଓଡ଼ିଶାରେ ଏସ୍‌ଆଇଆର ଲାଗୁ ହେବାକୁ ଯାଉଥିବା ବେଳେ ଏହା ଉପରେ ସମସ୍ତଙ୍କ ନଜର ରହିଛି। ତେବେ ଏସ୍‌ଆଇଆର୍‌ ଲାଗୁ ପୂର୍ବରୁ ଇସିଆଇଙ୍କ ଓଡ଼ିଶା ଗସ୍ତ ମଧ୍ୟ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି।

Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri