ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରବିବାର ଜ୍ଞାନେଶ କୁମାର ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ନିର୍ବାଚନ କମିଶନର ସୋମବାର ଅପରାହ୍ନ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମଠାରେ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ ଦେବେ। ସେହିଦିନ ରାତିରେ ସେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହା କରାଯିବ। ଏସ୍‌ଆଇଆର୍‌ ମାଧ୍ୟମରେ ନକଲି ଭୋଟର୍‌ ଏବଂ ମତଦାତାଙ୍କ ଏକାଧିକ ନାଁକୁ ତାଲିକାରୁ ବାଦ୍‌ ଦିଆଯାଇପାରିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଏସ୍‌ଆଇଆର୍‌ ଲାଗୁ କରାଯାଉଛି। ହଲେ ଦେଶବ୍ୟାପୀ ବିରୋଧୀ ଦଳଗୁଡ଼ିକ କିନ୍ତୁ ଜୋର୍‌ଦାର ବିରୋଧ କରୁଛନ୍ତି।
ଏସ୍‌ଆଇଆର୍‌ ଜରିଆରେ ଭୋଟର ତାଲିକାରେ ଇସିଆଇ ଗୋଳମାଳ କରୁଥିବା ବିରୋଧୀ ଅଭିଯୋଗ କରୁଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏସ୍‌ଆଇଆର୍‌କୁ ଜୋର୍‌ଦାର ବିରୋଧ କରି ଏନେଇ ଚିଠି ମଧ୍ୟ ଲେଖିଛନ୍ତି। ସେହିକ୍ରମରେ ଓଡ଼ିଶାରେ ଏସ୍‌ଆଇଆର ଲାଗୁ ହେବାକୁ ଯାଉଥିବା ବେଳେ ଏହା ଉପରେ ସମସ୍ତଙ୍କ ନଜର ରହିଛି। ତେବେ ଏସ୍‌ଆଇଆର୍‌ ଲାଗୁ ପୂର୍ବରୁ ଇସିଆଇଙ୍କ ଓଡ଼ିଶା ଗସ୍ତ ମଧ୍ୟ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri