Posted inଜାତୀୟ

ନିର୍ବାଚନ କମିଶନର ନିଯୁକ୍ତି ମାମଲା: ‘ଆବେଦନକାରୀଙ୍କ ଉଦ୍ଦେଶ୍ୟ ବିବାଦ ସୃଷ୍ଟି କରିବା’

ନୂଆଦିଲ୍ଲୀ,୨୦।୩: ନିକଟରେ ଦୁଇ ଜଣ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁଙ୍କୁ ନିଯୁକ୍ତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜଣେ ବିରୋଧୀ ଦଳର ନେତା ଏବଂ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ନିଯୁକ୍ତି ହୋଇଥିଲା। ତେବେ ନିର୍ବାଚନ କମିଶନରଙ୍କ ଏହି ନିଯୁକ୍ତି ପ୍ରକ୍ରିୟାକୁ ନେଇ ଉଠିଥିଲା ଅନେକ ପ୍ରଶ୍ନ।

ନିର୍ବାଚନ ପ୍ରକ୍ରିୟାରେ ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତିଙ୍କୁ ସାମିଲ ନ କରାଯିବାକୁ ନେଇ ବିବାଦ ଉପୁଜିଥିଲା। ଏହାକୁ ବିରୋଧ କରି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହି ଅବେଦନକୁ ନେଇ ଏବେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଆବେଦନକାରୀଙ୍କ ଉଦ୍ଦେଶ୍ୟ କେବଳ ବିବାଦ ସୃଷ୍ଟି କରିବା ବୋଲି କେନ୍ଦ୍ର ସରକାର ନିଜ ସତ୍ୟପାଠରେ କହିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ମାର୍ଚ୍ଚ ୨୧ ତାରିଖରେ ହେବ।

ଚୟନ ପ୍ୟାନେଲରେ ନ୍ୟାୟପାଳିକାର କୌଣସି ଜଣେ ସଦସ୍ୟଙ୍କ ଉପସ୍ଥିତିରୁ ECI ର ସ୍ବାଧୀନତା ଉତ୍ପନ୍ନ ହେଉ ନାହିଁ ବୋଲି କେନ୍ଦ୍ର କହିଛି। ଏଭଳି ପରିସ୍ଥିତିରେ ନିର୍ବାଚନ କମିଶନରଙ୍କ ଦକ୍ଷତା ଏବଂ ଯୋଗ୍ୟତା ଉପରେ ପ୍ରଶ୍ନ କରାଯିବା ଠିକ ନୁହେଁ। କେବଳ ରାଜନୈତିକ ବିବାଦ ସୃଷ୍ଟି କରିବାକୁ ଆବେଦନକାରୀ ଚେଷ୍ଟା କରୁଛନ୍ତି ବୋଲି କେନ୍ଦ୍ର ସରକାର ନିଜ ସତ୍ୟପାଠରେ କହିଛନ୍ତି।

କହିରଖୁଛୁ ଯେ, ନିର୍ବାଚନ କମିଶନରଙ୍କ ନିଯୁକ୍ତି ଉପରେ ରୋକ ଲଗାଇବା ପାଇଁ ସୁପ୍ରିକୋର୍ଟରେ ଆବେଦନ କରାଯାଇଥିଲା। ୨୦୨୩ ଆଇନ ଅନୁଯାୟୀ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁଙ୍କୁ ନିଯୁକ୍ତି ଦିଆଯାଉଥିବାରୁ ଏହା ଉପରେ ରୋକ ଲଗାଇବାକୁ ଆବେଦନ ହୋଇଥିଲା। କିନ୍ତୁ ମାର୍ଚ୍ଚ ୧୫ ତାରିଖରେ ଏହି ଆବେଦନର ଶୁଣାଣି କରି ଦୁଇ ଜଣ ନୂଆ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସ୍ଥଗିତ ରଖିବାକୁ ମନା କରିଦେଇଥିଲେ ସୁପ୍ରିମକୋର୍ଟ।

 


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri