ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି।

ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ଓଡ଼ିଆରେ କହିଛନ୍ତି ସମସ୍ତ ଓଡ଼ିଆବାସୀଙ୍କୁ ମୋର ନମସ୍କାର। କହିଛନ୍ତି, ମୁଁ ମୋ ପରିବାର ସହ ଓଡ଼ିଶାରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଆସିଛି। ଏହାର ସଂସ୍କୃତି ବୁଝିବା ଏବଂ ଦେଖିବାକୁ ଆସିଛି। ଏହା ସହିତ ନିର୍ବାଚନ ସମ୍ପର୍କିତ ବୈଠକରେ ଯୋଗଦାନ କରିବାକୁ ମଧ୍ୟ ଆସିଛି। ୨/୩ ପର୍ଯ୍ୟନ୍ତ ଓଡ଼ିଶାରେ ରହିବି। ଶେଷରେ ଜୟ ହିନ୍ଦ୍‌, ଜୟ ଭାରତ କହି ତାଙ୍କର ଅଭିଭାଷଣ ଶେଷ କରିଥିଲେ।

ସୂଚନାଯୋଗ୍ୟ, ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହା କରାଯିବ। ଏସ୍‌ଆଇଆର୍‌ ମାଧ୍ୟମରେ ନକଲି ଭୋଟର୍‌ ଏବଂ ମତଦାତାଙ୍କ ଏକାଧିକ ନାଁକୁ ତାଲିକାରୁ ବାଦ୍‌ ଦିଆଯାଇପାରିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଏସ୍‌ଆଇଆର୍‌ ଲାଗୁ କରାଯାଉଛି। ହଲେ ଦେଶବ୍ୟାପୀ ବିରୋଧୀ ଦଳଗୁଡ଼ିକ କିନ୍ତୁ ଜୋର୍‌ଦାର ବିରୋଧ କରୁଛନ୍ତି।
ଏସ୍‌ଆଇଆର୍‌ ଜରିଆରେ ଭୋଟର ତାଲିକାରେ ଇସିଆଇ ଗୋଳମାଳ କରୁଥିବା ବିରୋଧୀ ଅଭିଯୋଗ କରୁଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏସ୍‌ଆଇଆର୍‌କୁ ଜୋର୍‌ଦାର ବିରୋଧ କରି ଏନେଇ ଚିଠି ମଧ୍ୟ ଲେଖିଛନ୍ତି। ସେହିକ୍ରମରେ ଓଡ଼ିଶାରେ ଏସ୍‌ଆଇଆର ଲାଗୁ ହେବାକୁ ଯାଉଥିବା ବେଳେ ଏହା ଉପରେ ସମସ୍ତଙ୍କ ନଜର ରହିଛି। ତେବେ ଏସ୍‌ଆଇଆର୍‌ ଲାଗୁ ପୂର୍ବରୁ ଇସିଆଇଙ୍କ ଓଡ଼ିଶା ଗସ୍ତ ମଧ୍ୟ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri