ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି।

ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ଓଡ଼ିଆରେ କହିଛନ୍ତି ସମସ୍ତ ଓଡ଼ିଆବାସୀଙ୍କୁ ମୋର ନମସ୍କାର। କହିଛନ୍ତି, ମୁଁ ମୋ ପରିବାର ସହ ଓଡ଼ିଶାରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଆସିଛି। ଏହାର ସଂସ୍କୃତି ବୁଝିବା ଏବଂ ଦେଖିବାକୁ ଆସିଛି। ଏହା ସହିତ ନିର୍ବାଚନ ସମ୍ପର୍କିତ ବୈଠକରେ ଯୋଗଦାନ କରିବାକୁ ମଧ୍ୟ ଆସିଛି। ୨/୩ ପର୍ଯ୍ୟନ୍ତ ଓଡ଼ିଶାରେ ରହିବି। ଶେଷରେ ଜୟ ହିନ୍ଦ୍‌, ଜୟ ଭାରତ କହି ତାଙ୍କର ଅଭିଭାଷଣ ଶେଷ କରିଥିଲେ।

ସୂଚନାଯୋଗ୍ୟ, ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହା କରାଯିବ। ଏସ୍‌ଆଇଆର୍‌ ମାଧ୍ୟମରେ ନକଲି ଭୋଟର୍‌ ଏବଂ ମତଦାତାଙ୍କ ଏକାଧିକ ନାଁକୁ ତାଲିକାରୁ ବାଦ୍‌ ଦିଆଯାଇପାରିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଏସ୍‌ଆଇଆର୍‌ ଲାଗୁ କରାଯାଉଛି। ହଲେ ଦେଶବ୍ୟାପୀ ବିରୋଧୀ ଦଳଗୁଡ଼ିକ କିନ୍ତୁ ଜୋର୍‌ଦାର ବିରୋଧ କରୁଛନ୍ତି।
ଏସ୍‌ଆଇଆର୍‌ ଜରିଆରେ ଭୋଟର ତାଲିକାରେ ଇସିଆଇ ଗୋଳମାଳ କରୁଥିବା ବିରୋଧୀ ଅଭିଯୋଗ କରୁଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏସ୍‌ଆଇଆର୍‌କୁ ଜୋର୍‌ଦାର ବିରୋଧ କରି ଏନେଇ ଚିଠି ମଧ୍ୟ ଲେଖିଛନ୍ତି। ସେହିକ୍ରମରେ ଓଡ଼ିଶାରେ ଏସ୍‌ଆଇଆର ଲାଗୁ ହେବାକୁ ଯାଉଥିବା ବେଳେ ଏହା ଉପରେ ସମସ୍ତଙ୍କ ନଜର ରହିଛି। ତେବେ ଏସ୍‌ଆଇଆର୍‌ ଲାଗୁ ପୂର୍ବରୁ ଇସିଆଇଙ୍କ ଓଡ଼ିଶା ଗସ୍ତ ମଧ୍ୟ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?