Posted inରାଜ୍ୟ

ଅବାଧ ଓ ମୁକ୍ତ ନିର୍ବାଚନ ଲାଗି କଳାଟଙ୍କା-ମଦ ବ୍ୟବହାର ରୋକିବାକୁ ନିର୍ବାଚନ କମିଶନର ଗୁରୁତ୍ୱ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ତାରିଖ ଘୋଷଣା ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କରିବାକୁ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ଓଡ଼ିଶା ଆସିଛନ୍ତି। ଗସ୍ତର ତୃତୀୟ ଦିନରେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ ୭ ଜଣିଆ ପଦାଧିକାରୀ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ୍‌‌ ମହାନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିବା ଜଣାପଡ଼ିଛି। ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଜାତୀୟ ନିର୍ବାଚନ କମିଶନର ଗୁରୁତ୍ୱ ଦେଇଛନ୍ତି।

ସେହିପରି ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି। ବିଏସଫର ଅଧିକାରୀ, ରିଜର୍ଭ ବ୍ୟାଙ୍କର ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ। ଏହି ବୈଠକ ପରେ ଅପରାହ୍ନରେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଏହି ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ ଶୁକ୍ରବାର ବୈଠକରେ ବିଭିନ୍ନ ଜାତୀୟ ଏବଂ ଆଞ୍ଚଳିକ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରିବା ସହିତ ଜିଲାସ୍ତରୀୟ ନିର୍ବାଚନ ଅଧିକାରୀ, ପୁଲିସ୍‌‌ ଅଧିକାରୀମାନଙ୍କ ସହ କେନ୍ଦ୍ରୀୟ ନିର୍ବାଚନ ଆୟୋଗର କର୍ମକର୍ତ୍ତାମାନେ ଆଲୋଚନା କରିଥିଲେ। ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଏହାର ଚୂଡ଼ାନ୍ତ ରୂପରେଖ ଓ ପ୍ରସ୍ତୁତି ନେଇ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତଙ୍କ ଏହି ଦଳ ଦେଶର ବିଭିନ୍ନ ରାଜ୍ୟକୁ ଗସ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri