Posted inରାଜ୍ୟ

ଅବାଧ ଓ ମୁକ୍ତ ନିର୍ବାଚନ ଲାଗି କଳାଟଙ୍କା-ମଦ ବ୍ୟବହାର ରୋକିବାକୁ ନିର୍ବାଚନ କମିଶନର ଗୁରୁତ୍ୱ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ତାରିଖ ଘୋଷଣା ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କରିବାକୁ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ଓଡ଼ିଶା ଆସିଛନ୍ତି। ଗସ୍ତର ତୃତୀୟ ଦିନରେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ ୭ ଜଣିଆ ପଦାଧିକାରୀ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ୍‌‌ ମହାନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିବା ଜଣାପଡ଼ିଛି। ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଜାତୀୟ ନିର୍ବାଚନ କମିଶନର ଗୁରୁତ୍ୱ ଦେଇଛନ୍ତି।

ସେହିପରି ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି। ବିଏସଫର ଅଧିକାରୀ, ରିଜର୍ଭ ବ୍ୟାଙ୍କର ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ। ଏହି ବୈଠକ ପରେ ଅପରାହ୍ନରେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଏହି ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ ଶୁକ୍ରବାର ବୈଠକରେ ବିଭିନ୍ନ ଜାତୀୟ ଏବଂ ଆଞ୍ଚଳିକ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରିବା ସହିତ ଜିଲାସ୍ତରୀୟ ନିର୍ବାଚନ ଅଧିକାରୀ, ପୁଲିସ୍‌‌ ଅଧିକାରୀମାନଙ୍କ ସହ କେନ୍ଦ୍ରୀୟ ନିର୍ବାଚନ ଆୟୋଗର କର୍ମକର୍ତ୍ତାମାନେ ଆଲୋଚନା କରିଥିଲେ। ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଏହାର ଚୂଡ଼ାନ୍ତ ରୂପରେଖ ଓ ପ୍ରସ୍ତୁତି ନେଇ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତଙ୍କ ଏହି ଦଳ ଦେଶର ବିଭିନ୍ନ ରାଜ୍ୟକୁ ଗସ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri