ନିର୍ବାଚନ କମିଶନରଙ୍କ ଛାଟ: ୧୫୬ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ବଦଳି ନିୟମକୁ କଡାକଡି ପାଇଁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବଦଳି ପ୍ରକ୍ରିୟା ଜାରି ରହିଛି । ବିଡିଓ, ତହସିଲଦାର, ଉପଜିଲ୍ଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ, ଅତିରିକ୍ତ ଜିଲ୍ଲାପାଳ ଆଦି ଭାବେ କାର୍ଯ୍ୟରତ ମୋଟ ୧୫୬ଜଣ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି ହୋଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ଓ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି ହୋଇଛି । ସୋମବାର ୨୨ଜଣ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଉପଜିଲ୍ଲାପାଳ ଓ ପିଏ ଆଇଟିଡିଏ ଅଧିକାରୀ ଭାବେ ଜିଲ୍ଲାସ୍ତରରେ କାର୍ଯ୍ୟରତ ମୋଟ ୫୧ଜଣ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି ହୋଇଛି । ସେହିପରି ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୩୫ଜଣ ବିଡିଓଙ୍କ ବଦଳି ହୋଇଛି । ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୭୦ଜଣ ତହସିଲଦାର(ଓଏଏସ)ଙ୍କ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri