ଘୋଷଣା ହେଲା ନିର୍ବାଚନ ତାରିଖ, ଓଡ଼ିଶାରେ ୪ ପର୍ଯ୍ୟାୟରେ ଭୋଟ୍‌

ଭୁବନେଶ୍ୱର,୧୬ା୩: ବାଜିଲା ନିର୍ବାଚନୀ ବିଗୁଲ୍‌। ଶନିବାର ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ପାଇଁ ତାରିଖ ଘୋଷଣା ହୋଇଛି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩, ୨୦, ୨୫ ଏବଂ ଜୁନ୍‌ ୧ରେ ଓଡ଼ିଶାରେ ନିର୍ବାଚନ ଅନୁଷ୍ଠିତ ହେବ। ଜୁନ୍‌ ୪ ମଙ୍ଗଳବାର ଭୋଟ୍‌ ଗଣତି ହେବ।

ଇସିଙ୍କ ତଥ୍ୟ ଅନୁଯାୟୀ , ୨୦୨୪ ଲୋକ ସଭା ନିର୍ବାଚନରେ ୯୭ କୋଟି ପଞ୍ଜୀକୃତ ଭୋଟର ଭୋଟ୍‌ ଦେବେ। ଏଥର ୬ ପ୍ରତିଶତ ନୂଆ ଭୋଟର ଯୋଗ ଦେଇଛନ୍ତି। ବିଶ୍ୱ ମଧ୍ୟରେ ଆମ ଦେଶରେ ସର୍ବାଧିକ ଭୋଟର ଅଛନ୍ତି। ୨୦୧୯ରେ ଏହି ସଂଖ୍ୟା ୮୯.୬ କୋଟି ଥିଲା। ଯେଉଁଥିରେ ମହିଳାଙ୍କ ସଂଖ୍ୟା ଅଧିକ। ଦେଶରେ ୧.୪୧ କୋଟି ମହିଳା ଭୋଟର ଅଛନ୍ତି। ଯେତେବେଳେ କି ପୁରୁଷ ଭୋଟର ମାତ୍ର ୧.୨୨ କୋଟି ଅଛନ୍ତି। ଯେତେବେଳେ କି ୪୮.୦୪୪ ତୃତୀୟ ବର୍ଗର ଭୋଟର ଅଛନ୍ତି। ଦେଶର ମୋଟ୍‌ ଜନସଂଖ୍ୟାର ୬୬.୭୬ ପ୍ରତିଶତ ଯୁବକ ଅଟନ୍ତି। ଆୟୋଗଙ୍କ ଆକଳନରୁ ଜଣାପଡ଼ିଛି ଯେ, ୮୦ ବର୍ଷରୁ ଅଧିକ ୧ କୋଟି ୮୫ ଲକ୍ଷ ୯୨ ହଜାର ୯୧୮ ଭୋଟର ଅଛନ୍ତି। ୧୦୦ ବର୍ଷରୁ ଅଧିକ ୨ ଲକ୍ଷ ୧୮ ହଜାର ୭୯୧ ଲୋକ ଅଛନ୍ତି। ଦିବ୍ୟାଙ୍ଗ ଭୋଟର ୮୮.୩୫ ଲକ୍ଷ ଅଛନ୍ତି।

ସମଗ୍ର ଦେଶରେ ୯୭ କୋଟି ଭୋଟର ରହିଥିବା ବେଳେ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ପ୍ରସ୍ତୁତ ହେବ। ସେହିପରି ଭୋଟ୍‌ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌। ଦେଢ଼ କୋଟି ପୋଲିଂ ଅଫିସର ନିଯୁକ୍ତ ରହିବେ। ୧ କୋଟି ୮୨ ଲକ୍ଷ ନୂଆ ଭୋଟର ରହିଛନ୍ତି।

ସୂଚନାଯୋଗ୍ୟ, ପୂର୍ବ ୨୦୧୯ ନିର୍ବାଚନ ମାର୍ଚ୍ଚ ୧୦ରେ ଘୋଷଣା କରାଯାଇଥିଲା। ନିର୍ବାଚନ ଆୟୋଗ ରବିବାର ୨୦୧୯ରେ ଲୋକ ସଭା ନିର୍ବାଚନ ଘୋଷଣା କରିଥିଲେ, କିନ୍ତୁ ଏଥର ଶନିବାର ଘୋଷଣା କରାଯାଇଛି।

ଗତଥର ୭ଟି ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥର ମଧ୍ୟ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri