ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ ଶିବନନ୍ଦନ ୧୪- କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଥିବା ବେଳେ ଆଇଆର୍‌ଏଏସ୍‌ ସୁପ୍ରିୟା ସୁରେନ୍ଦ୍ରନାଥ ଘାଗ ୯୦-ବାରବାଟୀ କଟକ, ୯୧- ଚୌଦ୍ୱାର କଟକ ଏବଂ ୯୩- କଟକ ସଦରର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ତୁଲାଇବେ।
ସେହିପରି ୮୭-ବଡ଼ମ୍ବା, ୮୮-ବାଙ୍କୀ, ୮୯-ଆଠଗଡ଼ ଏବଂ ୧୨୦-ଖଣ୍ଡପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ଆଇଆର୍‌ଏସ୍‌ ପୀୟୁଷ ବାରାସୁ ବାଧେ ଦାୟିତ୍ୱ ନିର୍ବାହ କରିବେ। ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସମ୍ବନ୍ଧୀୟ କୌଣସି ଅନିୟମିତତା ନଜରକୁ ଆସିଲେ ଜନସାଧାରଣ ବା ପ୍ରାର୍ଥୀ ସିଧାସଳଖ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କ ନିକଟରେ ଅଭିଯୋଗ କରିପାରିବେ।
ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ପର୍ଯ୍ୟବେକ୍ଷକମାନଙ୍କ ମୋବାଇଲ ନମ୍ବର ମଧ୍ୟ ସର୍ବସାଧାରଣଙ୍କ ନିମନ୍ତେ ଜାରି କରାଯାଇଛି। ତଦନୁସାରେ, ସୁରେଶ ଶିବନନ୍ଦନ (ମୋ-୯୦୪୦୩୬୯୬୯୬), ସୁପ୍ରିୟା ସୁରେନ୍ଦ୍ରନାଥ ଘାଗ (ମୋ-୭୨୦୫୪୮୦୦୭୭), ପୀୟୁଷ ବାରାସୁ ବାଧେ (ମୋ-୭୨୦୫୧୪୦୦୯୯)ଙ୍କୁ ନିର୍ବାଚନୀ ଅନିୟମିତତା ସମ୍ପର୍କିତ ଅଭିଯୋଗ ସମ୍ବନ୍ଧରେ ଜଣାଇବାକୁ ସୂଚନା ଦିଆଯାଇଛି। ଅଭିଯୋଗ ଆଧାରରେ ସେମାନେ ସମ୍ପୃକ୍ତ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସମ୍ବନ୍ଧୀୟ ଅନିୟମିତତାର ଯାଞ୍ଚ କରିବେ।
ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି, ରିଟର୍ଣ୍ଣିଂ ଅଫିସର, ଜିଲାର ସମସ୍ତ ଖର୍ଚ୍ଚ ପରିଚାଳନା ଅଧିକାରୀ ଓ ସହକାରୀ ଖର୍ଚ୍ଚ ପରିଚାଳନା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ନିର୍ବାଚନକୁ ମୁକ୍ତ, ଅବାଧ ଓ ସ୍ବଚ୍ଛତାର ସହ ପରିଚାଳନା କରାଯିବା ପ୍ରତି ଯତ୍ନବାନ ହେବାକୁ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ପରାମର୍ଶ ଦେଇଛନ୍ତି।
ଏଥିସହ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚର ତଦାରଖ ସମ୍ପର୍କରେ ମଧ୍ୟ ସେମାନେ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ଖର୍ଚ୍ଚ ଅନିୟମିତତା ସମ୍ପର୍କରେ କୌଣସି ଅଭିଯୋଗ ଆସିଛି କି ନାହିଁ ତାହା ମଧ୍ୟ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ସମୀକ୍ଷା କରିଥିଲେ।
ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ, ଡିସିପି ପ୍ରକାଶ ଆର୍‌., ମୁଖ୍ୟ ଉନ୍ନୟନ ତଥା ଜିଲା ପରିଷଦର ମୁଖ୍ୟନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ୍‌, ଅତିରିକ୍ତ ଜିଲାପାଳ ଶିବ ଟପୋ, ଜିଲା ଏସ୍‌ପି ଏଲ୍‌. ଦିବ୍ୟା, କଟକ ସଦର ଉପଜିଲାପାଳ ଜ୍ୟୋତିଶଙ୍କର ରାୟ, ବାଙ୍କୀ ଉପଜିଲାପାଳ ଦେବୀ ପ୍ରସାଦ ମହାନ୍ତି, ଅତିରିକ୍ତ ଉପଜିଲାପାଳ ଦେବାଶିଷ ମହାପାତ୍ର, ଡେପୁଟି କଲେକ୍ଟର ନିଷ୍ଠା ମହାପାତ୍ର ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭବାନୀ ଶଙ୍କର ଭୂୟଁା ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri