Posted inଜାତୀୟ

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ୨୦୧୭ ତୁଳନାରେ ହୋଇଛି ୩ ପ୍ରତିଶତ କମ୍ ମତଦାନ

ନୂଆଦିଲ୍ଲୀ,୧୧ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ନିର୍ବାଚନ କମିଶନ ପକ୍ଷରୁ ବହୁ ସଂଖ୍ୟାରେ ମତଦାନ ପାଇଁ ସମ୍ପୂର୍ଣ୍ଣ ପ୍ରୟାସ କରାଯାଇଥିଲା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ବହୁ ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ହେଲେ ପୁଣିଥରେ ସୁସ୍ଥ ଭୋଟିଂ ନିରାଶ କରିଛି । ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟରେ ୬୦.୧୭ ପ୍ରତିଶତ ମତଦାନ ହୋଇଛି ଯାହା ୨୦୧୭ ତୁଳନାରେ କମ୍ । ଗତ ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟରେ ୬୩.୫ ପ୍ରତିଶତ ମତଦାନ ହୋଇଥିଲା । ସୂଚନାଯୋଗ୍ୟ, ଗୁରୁବାର ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାରେ ୫୮ ଆସନ ଲାଗି ଭୋଟ ଗ୍ରହଣ କରାଯାଇଛି । ଏଥିରେ ୬୨୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି । ଏହାର ଫଳାଫଳ ମାର୍ଚ୍ଚ ୧୦ରେ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri